ଅଲିମ୍ପିକ ହକି ଖେଳାଳୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ: ପୁରୁଷ ହକି ଖେଳାଳିଙ୍କୁ ୨.୫କୋଟି ଓ ମହିଳା ଖେଳାଳିଙ୍କୁ ୫୦ଲକ୍ଷ ଲେଖାଏଁ ପ୍ରଦାନ

ଭୁବନେଶ୍ୱର, (ୱାଇଏନ୍‌ଏସ୍‌): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସଦ୍ୟ ଅନୁଷ୍ଠିତ ଟୋକିଓ ଅଲିମ୍ପିକ୍ସରେ ଚମତ୍କାର ପ୍ରଦର୍ଶନ କରିଥିବା୫ ୪ଓଡ଼ିଆ ହକି ଖେଳାଳିଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି । ଓଡ଼ିଶାରୁ ଭାରତୀୟ ହକି ଟିମରେ ଥିବା ୨ଜଣ ପୁରୁଷ ହକି ଖେଳାଳି ଏବଂ ୨ଜଣ ମହିଳା ହକି ଖେଳାଳିଙ୍କୁ କଳିଙ୍ଗ ଷ୍ଟାଡିୟମରେ ସମ୍ବର୍ଦ୍ଧନା ଦିଆ ଯାଇଛି । ପୁରୁଷ ହକି ଖେଳାଳି ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସଙ୍କୁ ୨.୫କୋଟି ଟଙ୍କାର ପୁରସ୍କାର ରାଶି ଦିଆଯାଇଥିବା ବେଳେ ରାଜ୍ୟ ପୁଲିସ ବିଭାଗରେ ଡେପୁଟି ସୁପରିଟେଣ୍ଡେଂଟ ଭାବରେ ନିଯୁକ୍ତି ପାଇଁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି ।ସେହିପରି ମୁଖ୍ୟମନ୍ତ୍ରୀ ଭାରତୀୟ ଦଳରେ ଖେଳିଥିବା ୨ଜଣ ମହିଳା ହକି ଖେଳାଳି ନମିତା ଟପ୍ପୋ ଓ ଦୀପ୍‌ଗ୍ରେସ୍ ଏକ୍କାଙ୍କୁ ୫୦ଲକ୍ଷ ଟଙ୍କାର ପୁରସ୍କାର ରାଶି ପ୍ରଦାନ କରିଛନ୍ତି ।ଏହି ଅବସରରେ ସେ ଟୋକିଓ ଅଲିମ୍ପିକ୍ସରେ ଉଭୟ ପୁରୁଷ ଓ ମହିଳା ହକି ଦଳର ପ୍ରଦର୍ଶନକୁ ଭୂୟସୀ ପ୍ରଶଂସା କରିଛନ୍ତି ।ଏହି କାର୍ଯ୍ୟକ୍ରମରେ କ୍ରୀଡ଼ା ଓ ଯୁବ ସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା, କ୍ରୀଡ଼ା ଓ ଯୁବ ସେବା ସଚିବ ତଥା ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭିନିଲ କ୍ରିଷ୍ଣା, ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ଦିଲୀପ ତିର୍କୀ ଏବଂ ୫ଟି ସଚିବ ଭିକେ ପାଣ୍ଡିଆନ୍ ଏହି ସମାରୋହରେ ଉପସ୍ଥିତ ରହିଥିଲେ । ଏଥିରେ ସ୍ପୋର୍ଟସ ହଷ୍ଟେଲର ହକି ଖେଳାଳିମାନେ ମଧ୍ୟ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ