ଅସ୍ତରଙ୍ଗ ବେଳାଭୂମି ମହୋତ୍ସବ ଉଦଯାପିତ
ନିମାପଡ଼ା, (ସନ୍ତୋଷ ଦାଶ):ପୁରୀ ଜିଲ୍ଲା ଅସ୍ତରଙ୍ଗ ର ସର୍ବଧର୍ମ ସମନ୍ଵୟ ର ପୀଠ ପୀର ଜାହାନିଆଁ ବେଳାଭୁମି ଠାରେ ସୋମବାର ସଂଧ୍ୟା ରେ ଆରମ୍ଭ ହୋଇଥିବା ପ୍ରଥମ ଅସ୍ତରଙ୍ଗ ବେଳାଭୂମି ମହୋତ୍ସବ ଆଜି ଉଦଯାପିତ ହୋଇଯାଇଛି। ରାଜ୍ୟ ଗ୍ରାମ୍ୟ ଉନ୍ନୟନ , ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ (ସ୍ଵାଧୀନ)ମନ୍ତ୍ରୀ ପ୍ରୀତି ରଞ୍ଜନ ଘଡେ଼ଇ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ଜଗତସିଂହପୁର ସାଂସଦ ରାଜଶ୍ରୀ ମଲ୍ଲିକ,ସ୍ଥାନୀୟ ବିଧାୟକ ତଥା ରାଜ୍ୟ ଗୃହ ରାଷ୍ଟ୍ର ମନ୍ତ୍ରୀ ତୁଷାର କାନ୍ତି ବେହେରା, ଶିକ୍ଷାବିଦ ପ୍ରମୋଦ କୁମାର ନାୟକ, ସ୍ଵପ୍ନେଶ୍ୱର ସାହୁ ପ୍ରମୁଖ ଯୋଗଦାନ କରିଥିଲେ। ଶିକ୍ଷାବିତ ପ୍ରତାପ କୁମାର ରାଉତ ଉତ୍ସବ କୁ ସଂଯୋଜନା କରିଥିଲେ। ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ସ୍ଵାଧୀନ କୁମାର ନାୟକ ସ୍ବାଗତ ଭାଷଣ ଦେଇଥିଲେ। ଅତିଥି ମାନଙ୍କୁ ଆୟୋଜକ ଅନୁଷ୍ଠାନ ପକ୍ଷରୁ ସମ୍ବର୍ଦ୍ଧିତ କରା ଯାଇଥିଲା।ପ୍ରଥମେ ନୃତ୍ୟାଙ୍ଗନା ପକ୍ଷରୁ ଶ୍ରୀ ଓଡ଼ିଶୀ ନୃତ୍ୟ ପରିବେଷଣ କରାଯାଇଥିଲା। ପରେ ପରେ ରୁମୁକୁଝୁମାନା ଡାନ୍ସ ଗ୍ରୁପ ପକ୍ଷରୁ ସମ୍ବଲପୁରୀ ନୃତ୍ୟ, ମଲ ଖମ୍ବ ରେ ବିଭିନ୍ନ କୌଶଳ ପ୍ରଦର୍ଶନ ହୋଇଥିଲା। ବିଶିଷ୍ଟ କଣ୍ଠଶିଳ୍ପୀ ଇରା ମହାନ୍ତି ଓ ତାଙ୍କ ଦଳ ପକ୍ଷରୁ ମେଲୋଡି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଳମ୍ୱିତ ରାତି ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ହଜାର ହଜାର ଲୋକ ଏହି ବେଳାଭୁମି ମହୋତ୍ସବ ରେ ଉପସ୍ଥିତ ରହି ସାଂସ୍କୃତିକ କାର୍ଯ୍ୟକ୍ରମ କୁ ଉପଭୋଗ କରିଥିଲେ।


