ଆଇନସେବା ପ୍ରାଧିକରଣ ରୟଗଡା ଦ୍ୱାରା ମାନବ ଅଧିକାର ଦିବସ ପାଳିତ
ରାୟଗଡା,(ଦୁର୍ଗା ପ୍ରସାଦ ପାଢ଼ୀ):ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ତଥା ଜିଲ୍ଳା ଦୌରା ଜଜ୍ ଶ୍ରୀ ସତ୍ୟନାରାୟଣ ଷଡଙ୍ଗୀଙ୍କ ପରାମର୍ଶ କ୍ରମେ ଜିଲ୍ଲା ଆଇନ୍ ସେବା ପ୍ରାଧିକର ଉଁଣ ଆନୁକୁଲ୍ୟରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟଙ୍କ ଅଧ୍ୟକ୍ଷତାରେ ଗାୟତ୍ରୀ ନଗର ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ମାନବ ଅଧିକାର ଦିବସ ପାଳିତ ହୋଇଯାଇଛି I ଅତିଥି ମାନଙ୍କ ମଧ୍ୟରେ ରାୟଗଡା ବାରଆସୋସିଏସନର ଓକିଲ ଶ୍ରୀମତି ପ୍ରଣତି ପାତ୍ର, ଜିଲ୍ଳା ଆଇନସେବା ପ୍ରାଧିକରଣର ପ୍ରଣ୍ଟ ଅଫିସ ରିଟେନର ଶ୍ରୀ ଦେବରାଜ ନାଏକ, ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର, ଗାୟତ୍ରୀ ନଗର, ରାୟଗଡା ର ପ୍ରଧାନ ଆଚାର୍ଯ୍ୟ ଶ୍ରୀ ମନୋରଞ୍ଜନ ଦାସ ଓ ଅନ୍ୟ ଶିକ୍ଷକ, ଶିକ୍ଷୟିତ୍ରୀ ପ୍ରମୁଖ ମଞ୍ଛାସୀନ ଥିଲେ I ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ନିଜର ଅଭିଭାଷଣରେ ସମ୍ବିଧାନର ବିଭିନ୍ନ ଧାରା ରେ ବର୍ଣ୍ଣିତଥିବା ମାନବ ଅଧିକାର ଓ କର୍ତ୍ତବ୍ୟ ବିଷୟରେ ଆଲୋକପାତ କରିବା ସଙ୍ଗେସଙ୍ଗେ ଉପସ୍ଥିତ ଥିବା ଛାତ୍ର ଛାତ୍ରୀ ମାନେ ନିଜ ଭିତରେ ଲୁକ୍କାୟିତ ଥିବା ପ୍ରତିଭାର ଅନ୍ବେଶଣ କରି ତାର ପରିପ୍ରକାଶ କରିପାରିଲେ ଏକ ଆଦର୍ଶ ସମାଜ ଗଠନ ହୋଇପାରିବ ବୋଲି ମତବ୍ୟକ୍ତ କରିଥିଲେ I ଉପସ୍ଥିତ ଥିବା ଅନ୍ୟ ଅତିଥିମାନେ ନିଜର ଅଭିଭାଷଣରେ ମାନବ ଅଧିକାର ଦିବସ ଉପରେ ବିସ୍ତୃତ ଭାବରେ ଆଲୋଚନା କରିଥିଲେ I ପରିଶେଷରେ ପିଲାମାନଙ୍କ ମଧ୍ୟରେ ବକୃତା ପ୍ରତିଯୋଗିତା କରାଯାଇ ପୁରସ୍କାର ବଣ୍ଟନ କରାଯାଇଥିଲା I ସର୍ବୋପରି ଏହି କାର୍ଯ୍ୟକ୍ରମରେ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ର ଛାତ୍ର ଛାତ୍ରୀ ଓ ମାନ୍ୟବର ଅତିଥି ମାନଙ୍କର ଉପସ୍ଥିତି ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଙ୍କ ର ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ କାର୍ଯ୍ୟକ୍ରମଟି ସଫଳତାର ସହିତ ଶେସ ହୋଇଛି I