ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: କରୋନା ପାଇଁ ଓଡ଼ିଶାରେ ଏବେ ଭୟର ବାତାବରଣ ସୃଷ୍ଟି ହୋଇଛି । ରାଜ୍ୟରେ ହୁ ହୁ ହୋଇ ବଢିଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା । କରୋନା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ସତ୍ତ୍ୱେ ରାଜ୍ୟରେ କରୋନା ପଜିଟିଭ ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଉଛି । ପ୍ରଥମେ ନିଜାମୁଦ୍ଧିନ, ତା’ପରେ ପଶ୍ଚିମବଙ୍ଗ ଓ ଏବେ ସୁରଟ ଫେରନ୍ତା ରାଜ୍ୟ ସରକାରଙ୍କ ଚିନ୍ତା ବଢାଛନ୍ତି । ତେବେ ଏହାରି ଭିତରେ ଏକ ଭଲ ଖବର ବି ଆସି ଛି । ତାହା ହେଲା ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସୁସ୍ଥ ହୋଇଥିବା ବ୍ୟକ୍ତି ଜଣଙ୍କ ରାଉରକେଲାର ବୋଲି ଜଣାଯାଇଛି । ଏଥିସହ ରାଜ୍ୟରେ କରୋନାରୁ ସୁସ୍ଥ ସଂଖ୍ୟା ୬୩କୁ ବୃଦ୍ଧି ପାଇଛି । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ