ଆଉ ୧୧୯ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: କରୋନା ପାଇଁ ଓଡ଼ିଶାରେ ଏବେ ଭୟର ବାତାବରଣ ସୃଷ୍ଟି ହୋଇଛି । କରୋନା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ସତ୍ତ୍ୱେ ରାଜ୍ୟରେ କରୋନା ପଜିଟିଭ ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଉଛି । ରାଜ୍ୟରେ ହୁ ହୁ ହୋଇ ବଢିଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା । ତେବେ ଏହା ଭିତରେ ଏକ ଭଲ ଖବର ଆସିଛି । ତାହା ହେଲେ ଆଜି ପୁଣି ରାଜ୍ୟରେ ୧୧୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ତନ୍ମଧ୍ୟରୁ ଯାଜପୁର ଜିଲ୍ଲାରୁ ସର୍ବାଧିକ ୬୦ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିପରି କଟକରୁ ୧୩, କେନ୍ଦ୍ରାପଡ଼ାରରୁ ୧୨ ଓ ଗଜପତିରୁ ୯, ନୟାଗଡ଼ରୁ ୬, ସୁନ୍ଦରଗଡ଼ରୁ ୫, ବାଲେଶ୍ବର, ପୁରୀ ଓ ଖୋର୍ଦ୍ଧାରୁ ୩ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଓ ବଲାଙ୍ଗୀରରୁ ୨ ଜଣ ଲେଖାଏଁ ସୁସ୍ଥ ହୋଇଥିବା ବେଳେ ସମ୍ବଲପୁରରୁ ଜଣେ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ବ୍ୟକ୍ତିଙ୍କ ସଂଖ୍ୟା ୧୨୪୫ ରେ ପହଞ୍ଚିଛି ଏବଂ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୮୫୦ ରହିଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ