ଆଉ ୧୨୦ ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର : ରାଜ୍ୟରେ ଆଉ ୧୨୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସକାଳେ ୧୦୮ ଜଣ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅପରାହ୍ନରେ ୧୨୦ ଜଣ ସୁସ୍ଥ ହେବା ରାଜ୍ୟ ପାଇଁ ଭଲ ଖବର । ସୁସ୍ଥ ବ୍ୟକ୍ତିଙ୍କ ମଧ୍ୟରେ ଯାଜପୁରରୁ ସର୍ବାଧିକ ୧୯ ଜଣ ଆକ୍ରାନ୍ତ ରହିଥିବା ବେଳେ କଟକରୁ ୧୫ ଜଣ, ମୟୁରଭଞ୍ଜ ଓ ଖୋର୍ଦ୍ଧାରୁ ୧୧ ଜଣ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ନୂଆପଡାରୁ ୯ ଜଣ, ସୁନ୍ଦରଗଡରୁ ୭ ଜଣ, କନ୍ଧମାଳରୁ ୬ ଜଣ, ବଲାଙ୍ଗୀର ଏବଂ ନୟାଗଡରୁ ୫ ଜଣ ଲେଖାଏଁ, ବାଲେଶ୍ବର, ଢେଙ୍କାନାଳ, କେନ୍ଦ୍ରାପଡା ଓ ଝାରସୁଗୁଡାରୁ ୪ ଜଣ ଲେଖାଏଁ, କେନ୍ଦୁଝର, ଗଞ୍ଜାମ ଓ ପୁରୀରୁ ୩ ଜଣ ଲେଖାଏଁ, ଅନୁଗୁଳ, କଳାହାଣ୍ଡି ଓ କୋରାପୁଟରୁ ୨ ଜଣ ଲେଖାଏଁ ଏବଂ ମାଲକାନଗିରିରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ସମୁଦାୟ ସୁସ୍ଥ ବ୍ୟକ୍ତିଙ୍କ ସଂଖ୍ୟା ୨୯୭୪ରେ ପହଞ୍ଚିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ