ଆଉ ୧୪୩ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ପୁଣି ଚିହ୍ନଟ ହୋଇଛନ୍ତି ୧୪୩ ଜଣ ନୂଆ କୋରୋନା ଆକ୍ରାନ୍ତ। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫ ହଜାର ୩୦୩ରେ ପହଞ୍ଚିଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୩୭ ଜଣ କ୍ବାରେଣ୍ଟାଇନ୍ ସେଣ୍ଟର୍ରୁ ରହିଥିବା ବେଳେ ୬ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜଣାପଡ଼ିଛି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରେ ୨ ଜଣ ଏନ୍ଡିଆର୍ଏଫ୍ ଓ ଅଗ୍ନିର୍ଶମ କର୍ମଚାରୀ ଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୭ ଜିଲ୍ଲାରୁ ୧୪୩ ଜଣ ଚିହ୍ନଟ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ଆଜି ସର୍ବାଧିକ ୩୨ ଜଣ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୧୬ ଜଣ, ନୟାଗଡ଼ ଜିଲ୍ଲାରୁ ୧୩ ଜଣ, ବାଲେଶ୍ୱର ଜିଲ୍ଲାରୁ ୧୩ ଜଣ, କଟକ ଜିଲ୍ଲାରୁ ୨୦ ଜଣ, ଜଗତ୍ସିଂହପୁର ଜିଲ୍ଲାରୁ ଜଣେ, ଅନୁଗୁଳ ଜିଲ୍ଲାରୁ ଜଣେ, ଢ଼େଙ୍କାନାଳ ଜିଲ୍ଲାରୁ ୩ ଜଣ, ଭଦ୍ରକ ଜିଲ୍ଲାରୁ ୪ ଜଣ, କଳାହାଣ୍ଡି ଜିଲ୍ଲାରୁ ୬ ଜଣ, କେନ୍ଦୁଝର ଜିଲ୍ଲାରୁ ୨ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, ବରଗଡ଼ ଜିଲ୍ଲାରୁ ଜଣେ, ବଲାଙ୍ଗିରରୁ ଜିଲ୍ଲା ଜଣେ ଏବଂ ସମ୍ବଲପୁର ଜିଲ୍ଲାରୁ ୫ ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଏନ୍ଡିଆର୍ଏଫ୍ର ୨ ଜଣ କର୍ମଚାରୀ ମଧ୍ୟ କୋରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏହି ଦୁଇକର୍ମଚାରୀ ନିକଟରେ ଅମ୍ପନ୍ ଉଦ୍ଧାର କାର୍ଯ୍ୟ କରିବାକୁ ଯାଇ ପଶ୍ଚିମବଙ୍ଗରୁ ଫେରିଥିଲେ।