ଆଉ ୨୪୫ କୋରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ସୋମବାର ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୨୪୫ ନୂଆ ଆକ୍ରାନ୍ତ। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୩୧ ଜଣ ସ୍ଥାନୀୟ ସଂକ୍ରମିତ ରହିଥିବା ବେଳେ ୨୧୪ ଜଣ କ୍ବାରେଣ୍ଟାଇନ୍‌ ସେଣ୍ଟର୍‌ରୁ ବୋଲି ଜଣାପଡ଼ିଛି। ଏଥିସହ ଗତ ୩ ଦିନ ଧରି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ଆଜି ମଧ୍ୟ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୯୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଅମ୍ପନ୍‌ ଉଦ୍ଧାର କାର୍ଯ୍ୟ କରିବାକୁ ପଶ୍ଚିମବଙ୍ଗ ଯାଇ ଫେରିଥିବା ଏନ୍‌ଡିଆର୍‌ଏଫ୍‌ ଓ ଓଡ୍ରାଫ୍‌ ଟିମ୍‌ର ୨ ଜଣ କର୍ମଚାରୀ ମଧ୍ୟ କୋରୋନାରେ ଆକ୍ରାନ୍ତ ହୋଇଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬ ହଜାର ୮୫୯ ହୋଇଛି। ୧୯ ଜିଲ୍ଲାରୁ ଚିହ୍ନଟ ହୋଇଥିବା ଏହି ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୨ ଜଣ, ବରଗଡ଼ ଜିଲ୍ଲାରୁ ୧୦ ଜଣ, ଭଦ୍ରକ ଜିଲ୍ଲାରୁ ୨ ଜଣ, କଟକ ଜିଲ୍ଲାରୁ ୭ ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ ଜଣ, ଗଜପତି ଜିଲ୍ଲାରୁ ୭ ଜଣ, ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୯୬ ଜଣ, ଜଗତ୍‌ସିଂହପୁର ଜିଲ୍ଲାରୁ ୯ ଜଣ, ଯାଜପୁର ଜିଲ୍ଲାରୁ ୪୦ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ ଜଣ, କେନ୍ଦୁଝର ଜିଲ୍ଲାରୁ ୭ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୮ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫ ଜଣ, ନବରଙ୍ଗପୁର ଜିଲ୍ଲାରୁ ୭ ଜଣ, ନୟାଗଡ଼ ଜିଲ୍ଲାରୁ ୩ ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୬ ଜଣ କୋରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ସେହିପରି ବାତ୍ୟା ଅମ୍ପନ୍‌ ପରବର୍ତ୍ତୀ ଉଦ୍ଧାର କାର୍ଯ୍ୟ କରିବାକୁ ପଶ୍ଚିମବଙ୍ଗ ଯାଇଥିବା ଏନ୍‌ଡିଆର୍‌ଏଫ୍‌ ଏବଂ ଓଡ୍ରାଫ୍‌ ବାହିନୀର ୨ ଜଣ କର୍ମଚାରୀ ମଧ୍ୟ କୋରୋନାରେ ଆକ୍ରାନ୍ତ ହୋଇଥିବା ସୂଚନା ଦେଇଛି ସ୍ବାସ୍ଥ୍ୟ ବିଭାଗ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ