ଆଉ ୫୦ କରୋନା ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ୱର: କରୋନା ପାଇଁ ଓଡ଼ିଶାରେ ଏବେ ଭୟର ବାତାବରଣ ସୃଷ୍ଟି ହୋଇଛି । କରୋନା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ସତ୍ତ୍ୱେ ରାଜ୍ୟରେ କରୋନା ପଜିଟିଭ ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଉଛି । ରାଜ୍ୟରେ ହୁ ହୁ ହୋଇ ବଢିଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରଥମେ ନିଜାମୁଦ୍ଧିନ, ତା’ପରେ ପଶ୍ଚିମବଙ୍ଗ ଓ ଏବେ ସୁରଟ ଫେରନ୍ତା ରାଜ୍ୟ ସରକାରଙ୍କ ଚିନ୍ତା ବଢାଛନ୍ତି ।
ତେବେ ଏହା ଭିତରେ ଏକ ଭଲ ଖବର ଆସିଛି । ତାହା ହେଲେ ଆଜି ପୁଣି ରାଜ୍ୟରେ ୫୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ତନ୍ମଧ୍ୟରୁ ସର୍ବାଧିକ ୨୨ ଜଣ ଗଞ୍ଜାମ ଜିଲ୍ଲାରୁ ସୁସ୍ଥ ହୋଇଛନ୍ତି । ଏହାଛଡ଼ା ବାଲେଶ୍ୱରରୁ ୧୫, ଭଦ୍ରକରୁ ୫, ଗଞ୍ଜାମ ଓ ବୌଦ୍ଧରୁ ୩ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । ସେହିପରି ମୟୂରଭଞ୍ଜ ଓ ରାଉରକେଲାରୁ ମଧ୍ୟ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି । ଆଜିର ନୂଆ ୫୦ ଜଣଙ୍କୁ ମିଶାଇ ଏଯାବତ ଓଡ଼ିଶାରେ ମୋଟ ୩୯୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପ୍ରକାଶ ।


