ଆଉ ୭୩ ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ବର : ରାଜ୍ୟରେ ଆଉ ୭୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସକାଳୁ ୯୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭୩ ଜଣ ସୁସ୍ଥ ହୋଇଛନ୍ତି । ୭୩ ଆକ୍ରାନ୍ତଙ୍କ ମଧ୍ୟରୁ ୨୮ ଜଣ ବୌଦ୍ଧ ଜିଲ୍ଲାରୁ ରହିଥିବା ବେଳେ ପୁରୀରୁ ୧୧, କେନ୍ଦ୍ରାପଡାରୁ ୧୦, କଟକରୁ ୯, ଖୋର୍ଦ୍ଧାରୁ ୭, ମାଲକାନଗିରି ଏବଂ ଅନୁଗୁଳରୁ ୨ ଜଣ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ୧୦୫୦ ଜଣ ସୁସ୍ଥ ହୋଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୭୬୦ ରହିଛି ।


