ଆଉ ୭୬ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର : ରାଜ୍ୟରେ ଆଉ ୭୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜି ସକାଳୁ ସର୍ବାଧିକ ୧୨୯ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅପରାହ୍ନରେ ୭୬ ଜଣ ଆରୋଗ୍ୟ ହୋଇଛନ୍ତି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ କେନ୍ଦ୍ରାପଡାରୁ ସର୍ବାଧିକ ୧୭ ଜଣ ଆକ୍ରାନ୍ତ ରହିଛନ୍ତି । ଏହା ବ୍ୟତିତ ଗଞ୍ଜାମରୁ ୧୬, ନୟାଗଡ ଏବଂ କଳାହାଣ୍ଡିରୁ ୧୧ ଜଣ ଲେଖାଏଁ, ଯାଜପୁରରୁ ୫, ବାଲେଶ୍ବର ଏବଂ ମୟୁରଭଞ୍ଜରୁ ୩ ଜଣ ଲେଖାଏଁ, ଅନୁଗୁଳ ଓ ଜଗତସିଂହପୁରରୁ ୨ ଜଣ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କଟକ, ଢେଙ୍କାନାଳ,ପୁରୀ, ସମ୍ବଲପୁର, ସୁନ୍ଦରଗଡ ଏବଂ ମାଲକାନଗିରିରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧୯୪୮ରେ ପହଞ୍ଚିଥିବା ବେଳେ ଏହା ମଧ୍ୟରୁ ୧୧୨୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୧୩ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ