ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଲା ୧୧୮

ଭୁବନେଶ୍ବର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ରାଜ୍ୟରେ ପୁଣି ଆଉ ୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍‌ସାଇଟ୍‌ ସୂତ୍ରରୁ ସୂଚନା ମିଳିଛି । ସୁନ୍ଦରଗଡରୁ ୪ ଜଣ ଓ ଭଦ୍ରକରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛି। ତେବେ ସୁନ୍ଦରଗଡରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ରେ ପହଞ୍ଚିଥିବାବେଳେ ଭଦ୍ରକରେ ଆକ୍ରାନ୍ତଙ୍କ ସଂଖ୍ୟା ୧୯ କୁ ବୃଦ୍ଧି ହୋଇଛି । ସେହିପରି ରାଜ୍ୟରେ ସର୍ବମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୮ରେ ପହଞ୍ଚିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ