ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ୍ଓ୍ବେରେ ଦୁର୍ଘଟଣା : ୧୩ ମୃତ, ୩୧ ଆହତ
ଫିରୋଜାବାଦ : ଉତ୍ତରପ୍ରଦେଶର ଫିରୋଜାବାଦରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୧୩ ଜଣଙ୍କର ପ୍ରାଣହାନି ଘଟିଥିବା ବେଳେ ୩୧ ଜଣ ଆହତ ହୋଇଛନ୍ତି । ବୁଧବାର ରାତିରେ ଉତ୍ତର ପ୍ରଦେଶର ଫିରୋଜାବାଦରେ ଏହି ଦୁର୍ଘଟଣା ଘଟିଛି । ଏକ ବସ୍ ଏବଂ ଟ୍ରକ୍ ମଧ୍ୟରେ ଦୁର୍ଘଟଣା ଘଟିବାରୁ ଏହି ପ୍ରାଣହାନି ଘଟିଛି । ସମସ୍ତ ଆହତମାନଙ୍କୁ ସ୍ଥାନୀୟୂ ଶେଫାଳୀ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି । ସ୍ଥାନୀୟ ଜିଲ୍ଲାପାଳଙ୍କୁ ମାମଲାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ଆହତ ମାନଙ୍କର ମାଗଣା ଚିକିତ୍ସା ପାଇଁ ମଧ୍ୟ ଯୋଗୀ ନିର୍ଦ୍ଦେଶ ଦେଇଛନ୍ତି ।


