ଆଚାର୍ଯ୍ୟ ହରିହରଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର, (ଯୁଗାବ୍ଦ ନ୍ୟୁଜ) :-ଚନ୍ଦ୍ରଶେଖରପୁରସ୍ଥିତ ଆଚାର୍ଯ୍ୟ ହରିହର ମହାବିଦ୍ୟାଳୟ ପରିସରରେ ପୂଣ୍ୟାତ୍ମା ହରିହରଙ୍କ ୧୪୪ତମ ଜୟନ୍ତୀ ପାଳିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷା ଶ୍ରୀମତୀ ମୁକ୍ତିଲତା ପାଲ ହରିହରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ‘ଆସ ଭଲ ମଣିଷ ହେବା’ ଶୀର୍ଷକ ବିଷୟବସ୍ତୁ ଉପରେ ଛାତ୍ରଛାତ୍ରୀମାନଙ୍କୁ ବକ୍ତବ୍ୟ ପ୍ରଦାନ କରିଥିଲେ । ଏବଂ କର୍ତ୍ତବ୍ୟନୀଷ୍ଠ, ଚରିତ୍ରବାନ ହେବାକୁ ପରାମର୍ଶ ଦେଇଥିଲେ । ଅଧ୍ୟାପକ ସୁବାସ ଚନ୍ଦ୍ର ସାହୁ ବକୁଳ ବନବିଦ୍ୟାଳୟ ସମାଜ ଗଠନରେ ଏକ ମୁକସାକ୍ଷୀ । ଗୁରୁକୂଳ ପରମ୍ପରା ଛାତ୍ରଛାତ୍ରୀମାନଙ୍କୁ ସଂସ୍କାର ଦେବାରେ ମୁଖ୍ୟ ଭୂମିକା ଗ୍ରହଣ କରିଥାଏ । ତେଣୁ ଆଚାର୍ଯ୍ୟ ଚିର ନମସ୍ୟ ଥିଲେ । ଅଧ୍ୟାପକ ସୁଗମ ରାଉତ ଆଧୁନିକ ଶିକ୍ଷା ବ୍ୟବସ୍ଥା ଓ ଜୀବନଚର୍ଯ୍ୟାକୁ ପ୍ରଭାବିତ କରିନଥାଏ । ଗୁରୁକୂଳମାନେ ହରିହରଙ୍କ ଜୀବନ ଆଦର୍ଶ ଉପରେ ଆଲୋଚନା କରିଥିଲେ । ପରିଶେଷରେ କ୍ରୀଡ଼ା ଶିକ୍ଷକ ଶିବ କୁମାର ଜେନା ସମସ୍ତଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ରାଧାକାନ୍ତ ଘଡ଼େଇ, ଦୁର୍ଯ୍ୟୋଧନ ବେହେରା ପ୍ରମୁଖ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ