ଆଜି ଉତ୍କଳ ବିଶ୍ୱବିଦ୍ୟାଳୟ ସମାବର୍ତନ ଉତ୍ସବର ସୁବର୍ଣ୍ଣ ଜୟନ୍ତୀ ସମାରୋହ

ଭୁବନେଶ୍ୱର,(‌ୱାଇଏନ୍‌ଏସ୍‌):ଆଜି ଉତ୍କଳ ବିଶ୍ୱବିଦ୍ୟାଳୟ ସମାବର୍ତନ ଉତ୍ସବର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଅନୁଷ୍ଠିତ ହେବ । ଭାରତର ଉପରାଷ୍ଟ୍ରପତି ଶ୍ରୀ ଭେଙ୍କିଆ ନାଇଡୁ ସମାବର୍ତନ ଉତ୍ସବର ସୁବର୍ଣ୍ଣ ଜୟନ୍ତୀ ସମାରୋହର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୀକ୍ଷାନ୍ତ ଭାଷଣ ଦେବେ । ଉତ୍କଳ ବିଶ୍ୱବିଦ୍ୟାଳୟର କୁଳାଧିପତି ତଥା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଏଥିରେ ଅଧ୍ୟକ୍ଷତା କରିବେ । କୃଷି ଓ କୃଷକ ସଶକ୍ତି କରଣ ଏବଂ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ତଥା ଉଚ୍ଚ ଶିକ୍ଷା ମନ୍ତ୍ରୀ ଡ.ଅରୁଣ କୁମାର ସାହୁ ସମ୍ମାନିତ ଅତିଥି ଭାବେ ଦେବାର କାର୍ଯ୍ୟକ୍ରମ ରହିଛି । କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ କହିଛନ୍ତି ଯେ ଉତ୍କଳ ବିଶ୍ୱବିଦ୍ୟାଳୟର ୫୦ତମ ସମାବତର୍ତନ ଉତ୍ସବରେ ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠିତ ଦେଶର ୫ଜଣ ବ୍ୟକ୍ତିତ୍ୱଙ୍କୁ ସମ୍ମାନସୂଚକ ଡକ୍ଟରେଟ୍ ଡିଗ୍ରୀ ପ୍ରଦାନ କରାଯିବ । ଚଳିତ ବର୍ଷ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ(ଆର୍‌ବିଆଇ) ଗଭର୍ଣ୍ଣର ଶକ୍ତିକାନ୍ତ ଦାସ, କମ୍ପଟ୍ରୋଲର ଆଣ୍ଡ ଅଡିଟର ଜେନେରାଲ୍ ଅଫ୍ ଇଣ୍ଡିଆ(ସିଏଜି) ଗିରୀଶଚନ୍ଦ୍ର ମୁର୍ମୁ, ଓଡ଼ିଶା ହାଇକୋର୍ଟର ବିଚାରପତି ଜଷ୍ଟିସ୍ ସଞ୍ଜୁ ପଣ୍ଡ, ଭାଭା ଆଟୋମିକ୍ ରିସର୍ଚ୍ଚ ସେଂଟର(ବାର୍କ)ର ନିର୍ଦେଶକ ଅଜିତ୍ କୁମାର ମହାନ୍ତି, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନର ଉପଦେଷ୍ଟା ଡ.ବିଜୟ କୁମାର ସାହୁଙ୍କୁ ସମ୍ମାନସୂଚକ ଡକ୍ଟରେଟ୍ ଡିଗ୍ରୀ ପ୍ରଦାନ କରାଯିବ । ଏହି ଉତ୍ସବରେ ୨୦୧୯-୨୦ ଶିକ୍ଷାବର୍ଷ ପାଇଁ ମୋଟ ୪୧ଜଣଙ୍କୁ ପିଏଚ୍‌ଡି ଡିଗ୍ରୀ ଏବଂ ୯୦ଜଣଙ୍କୁ ସ୍ୱର୍ଣ୍ଣ ପଦକ ପ୍ରଦାନ କରାଯିବ । ଉତ୍କଳ ବିଶ୍ୱବିଦ୍ୟାଳୟର ୫୦ତମ ସମାବର୍ତନ ଉତ୍ସବବିଶ୍ୱବିଦ୍ୟାଳୟ ନୂଆ ସମାବର୍ତନ ପ୍ରେକ୍ଷାଳୟ ‘ଦୀକ୍ଷାନ୍ତ ଭବନ’ରେ ଅନୁଷ୍ଠିତ ହେବ । ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ସମେତ ଛାତ୍ରଛାତ୍ରୀ ଯେଉଁମାନେ ମଂଚର ନିକଟବର୍ତୀ ରହିବେ ସେମାନଙ୍କର ଆରଟିପିସିଆର୍ ପରୀକ୍ଷା କରାଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ