ଆଜି କ୍ୟାବିନେଟ ବୈଠକ
(ଯୁଗାବ୍ଦ ନ୍ୟୁଜ) ଓଡିଶା ଲୋକସଭା ଭବନରେ ମୁଖ୍ୟମନ୍ତ୍ରୀ ଙ୍କ ଅଧ୍ୟକ୍ଷତା ରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ । ଏହି ବୈଠକରେ ୧୧ଟି ପ୍ରସ୍ତାବ ଉପରେ ଆଲୋଚନା କରାଯିବ ବୋଲି ଜଣାପଡ଼ିଛି। ଏହି ପ୍ରସଙ୍ଗ ହେଲା ଓଡ଼ିଶା ହିନ୍ଦୁ ରିଲିଜିୟସ୍ ଏଣ୍ଟାଓମେଣ୍ଟ ଆକ୍ଟରେ ସଂଶୋଧନ, ୧୯ଟି ଶିକ୍ଷାନୁଷ୍ଠାନକୁ ଅନୁସୂଚିତ ଜାତି ଓ ଜନଜାତି ବିଭାଗ ନିୟନ୍ତ୍ରଣକୁ ନେବା, ଓଡ଼ିଶା ଶ୍ରମ ଆଇନରେ ସଂଶୋଧନ, ୫ଟି ଜିଲ୍ଲା ଯଥା ଢେଙ୍କାନାଳ, ଦେବଗଡ଼, କେନ୍ଦୁଝର, ଯାଜପୁର ଓ ମୟୂରଭଞ୍ଜରେ ମେଗା ପାଇପ୍ ପାନୀୟ ଜଳ ଯୋଗାଣ ପ୍ରକଳ୍ପକୁ ମଞ୍ଜୁରୀ, ଅନୁସୂଚିତ ଜାତି ଓ ଜନଜାତି ବିଭାଗ ନିୟନ୍ତ୍ରଣକୁ ୧୯ଟି ଶିକ୍ଷାନୁଷ୍ଠାନ ହସ୍ତାନ୍ତର ଆଦି ରହିଛି।


