ଆଜି ଗୁରବାର ଆପଣଙ୍କ ଦିନଟି କିପରି କଟିବ ଜାଣନ୍ତୁ ଆଜିର ରାଶିଫଳରୁ…

ମେଷ :-ମନର ଆଶା ପୁରଣ ହେବାରେ ବାଧା ରହିବ ତେଣୁ ମାନସିକ ଅଶାନ୍ତି ବୃଦ୍ଧି ହେବ, ଆଜି ବାଧାବିଘ୍ନ ରହିବ ତେଣୁ କିଛି ଚାଉଳ, ପିଲାମନଙ୍କର ଭବିଷ୍ୟତର ପାଠପଢା ଏବଂ କର୍ମନିଯିକ୍ତିକୁ ନେଈ ଚିନ୍ତିତ ରହିବେ, ଯାନ୍ତ୍ରିକ ଜିନିଷ ଖରାପ ହୋଇ ଅଯଥା ଖର୍ଚ୍ଚାନ୍ତ ହେବେ ॥

ବୃଷ :-ପାରିବାରିକ ଏବଂ କାଯ୍ୟସ୍ଥଳ ପରିବେଷରେ ମନ ଆନନ୍ଦ ରହିବ, ପିଲାଙ୍କର ଚାକିରିର ସୁଯୋଗ ଆସିବ, କର୍ମ କ୍ଷେତ୍ର ସ୍ଥିତିରେ ସୁଧାର ଆସିବ, କୌଣସି କ୍ଷେତ୍ରରୁ ସହାୟତା ମିଳିବ, ପରିବାରରେ ଦାୟିତ୍ବ ବୃଦ୍ଧି ହେବ,ପାରିବାରିକ ସମ୍ପର୍କରେ ଆନନ୍ଦ ମିଳିବ, କର୍ମଜୀବି ମହିଳା ଅଧିକ ଶୁଭଫଳ ପାଇବେ

ମିଥିନ :-ଚାକିରି ହେଉ କିମ୍ବା ବ୍ୟବସାୟ କିଛି କିଛି ବାଧାବିଘ୍ନ ରହିବ, ପରିବାରରେ ଭୁଲବୁଝାବଣା ରହିବ, ମନ ଅସ୍ଥିର ରହିବ ତେଣୁ ସତର୍କ ରହିଥିବେ ଏବଂ ପରିଶ୍ରମ ମୁତାବକ ଫଳ ପାଇବେ ନାହିଁ ଓ ମନ ବିଚଳିତ ରହିବ, ନିଜର ବାକ୍ୟ ସାମ୍ମା ବ୍ୟକ୍ତିକୁ ଖରାପ ଲାଗିବ ॥

କର୍କଟ :-ମାନ ସମ୍ମାନ, ଟଙ୍କାପଇସା କ୍ଷେତ୍ରରେ ଶୁଭଫଳ ମିଳିବ, କୌଣସି ପ୍ରକାର କର୍ମ ସମ୍ବନ୍ଧିୟ ଶୁଭ ଖବର ମିଳିବ, ଆୟ ମନମୁତାବକ ହେବ, କିଛି ଯୋଜନାରେ ସଫଳ ହେବେ ଚେଷ୍ଟା କାରି ରଖନ୍ତୁ ଓ ବିବାହଯୋଗ୍ୟ ପିଲାଙ୍କର ସମ୍ଭାବନା ଷୃଷ୍ଟି ହେବ, ସମସ୍ତ ଯୋଜନାରେ ସଫଳ ହେବେ ॥

ସିଂହ :-କୌଣସି ଯୋଜନାରେ ସଫଳ ହେବେ, ପାରିବାରିକ ଶାନ୍ତି ମିଳିବ, ଅର୍ଥଚିନ୍ତା ଦୁର ହେବ ଏବଂ ମାନସିକ ଶାନ୍ତି ବଢିବ, ହନୁମାନଙ୍କ ନିମନ୍ତେ ଗୃହରେ ରାଶିତେଲର ଦ୍ବୀପ ଦିଅନ୍ତୁ ଶୁଭଫଳ ପ୍ରାପ୍ତ ହେବ, ଯଥାସାଧ୍ୟ ଅର୍ଥ ପ୍ରାପ୍ତି ହେବ ଏବଂ ଆଶାଜନକ ପରିବେଷ ପରିସ୍ଥିତି ରହିବ, ନିଜ ଖାଇବା ଖାଦ୍ୟରୁ କିଛିଖାଦ୍ୟ କାଉଙ୍କୁ ଦିଅନ୍ତୁ॥

କନ୍ୟା :-କର୍ମ ଏବଂ ଅର୍ଥ ଚିନ୍ତା ଦୁରହେବ, କର୍ମସ୍ଥଳରେ ଆଶାଜନକ ପରିସ୍ଥିତି ରହିବ, ଜାଗାବାଡି ଏବଂ ନୁତନ ଯାନବାହାନ କ୍ରୟ ନିମନ୍ତେ ସୁଯୋଗ ଷୃଷ୍ଟି ହେବ, ମନ ଏବଂ ସ୍ବାସ୍ଥ୍ୟ ଦୁର୍ବଳ ରହିବ ଓ ଛାତ୍ରଛାତ୍ରୀଙ୍କର ପାଠପ୍ରତି ଆଗ୍ରହ କମ ରହିବ॥

ତୁଳା :-କୌଣସି ଚିନ୍ତା ମନକୁ ଦୁବଳ କରିଦେବ, ଆମିଷ ଖାଇବେ ନାହିଁ ଏବଂ ଲକ୍ଷ୍ମୀଙ୍କର ସ୍ତୁତି ପଢନ୍ତୁ କିମ୍ବା ଶୁଣନ୍ତୁ, ଆଜି ସମୟ ସାଥ ଦେବ ନାହିଁ ତେଣୁ ନିଜର ପ୍ରିୟ ଭଗବାନଙ୍କୁ ଦର୍ଶନକରି ଆଦାଖଣ୍ଡେ ପାଟିରେ ରଖି ଦିନ କାଟନ୍ତୁ, ମନର ଆଶା ପୁରଣ ହେବ ନାହିଁ କିନ୍ତୁ ପିଲାମାନଙ୍କର ଭବିଷ୍ୟତ ନିମନ୍ତେ ଶୁଭ ଖବର ମିଳିବ॥

ବିଛା :-ଆଜି ଦିନଟି ଶୁଭରେ ଶୁଭରେ କଟିବ, ଆଶାଜନକ ସମସ୍ତ ପରିବେଷ ପରିସ୍ଥିତି ରହିବ, ଚାକିରିରେ ଶୁଭତ୍ବ ଏବଂ ବ୍ୟବସାୟରେ ଲାଭ ବଢିବ, ପୁରୁଣା ରୋଗରୁ ଆଶ୍ବସ୍ତି ମିଳିବ ଏବଂ ଚେଷ୍ଟା ଅନୁଯାୟୀ ଫଳ ମିଳିବ, ଆତ୍ମବଳ ଅଧିକ ରହିବ ॥

ଧନୁ ରାଶି :-ଆଜି ଶୁଭ ଦିନ ରହିଛି ମନର ଆଶା ପୁରଣ ହେବ, ଚେଷ୍ଟା କରୁଥିବା କାମରେ ସଫଳ ହେବେ, ବନ୍ଧୁ ପରିଜନରେ ସାହାଯ୍ୟ ମିଳିବ, କୌଣସି ପ୍ରକାରର ଆଶା ପୁରଣ ହେବ ଏବଂ କୌଣସି ସମସ୍ୟାରୁ ମୁକ୍ତି ମିଳିବା ସହିତ ଆତ୍ମବଳ ବଢିବ॥

ମକର ରାଶି :-କୌଣସି ପ୍ରକାରର ଚେଷ୍ଟା କରୁଥିବା କାମ ହେଇଯିବ, ବକେୟା ଅର୍ଥ ଏବଂ ଅଟକିଥିବା କାମ ପ୍ରାପ୍ତ ହେବ କିନ୍ତୁ ଗଛିତ ଅର୍ଥବ୍ୟୟ ବଢିବ ଫଳରେ ମନ ଅଶାନ୍ତ ରହି ସଠିକ ନିଷ୍ପତି ନେଇ ନପାରି ମନ ଦୁଃଖ ହେବ, ଅନୁକୁଳ ସମୟ ରହିବ, ମନର ଆଶା ପୁରଣ ହେବ॥

କୁମ୍ଭ ରାଶି :-କୌଣସି ଅତିତର ଯୋଜନାରେ ସଫଳ ହେବେ, ପାରିବାରିକ ପରିବେଷ ଭଲ ରହିବ, ପରିଶ୍ରମ ମୁତାବକ ଫଳ ମିଳିବ, କିନ୍ତୁ ମନ ବିଚଳିତ ରହିବ, କୌଣସି ପ୍ରକାରର ଆଶା ପୁରଣ ହେବ ଏବଂ କୌଣସି ସମସ୍ୟାରୁ ମୁକ୍ତି ମିଳିବା ସହିତ ଆତ୍ମବଳ ବଢିବ॥

ମୀନ ରାଶି :-ଶୁଭଦିନ ରହିବ ତେଣୁ ଟଙ୍କପଇସାକୁ ନେଇ ଚିନ୍ତା କମିବ, ଲୋକସମ୍ପରର୍କ ବଢିବ ଏବଂ କର୍ମକ୍ଷେତ୍ରରେ ଆଶାଜନକ ସ୍ଥିତି ରହିବ, ଶୁଭରେ ଶୁଭରେ ଦିନ କଟିବ, ଅଶାଜନକ ପରିବେଷ ପରିସ୍ଥିତି ରହିବ, ସୁଖଶାନ୍ତିରେ ସମୟ କଟିବ ମାତ୍ର ଅଯଥା ଖର୍ଚ୍ଚ ବଢିବ ତେଣୁ ମନ ବିଚଳିତ ରହିବ ॥

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ