ଆଜି ପବିତ୍ର ସାବିତ୍ରୀ ଅମାବାସ୍ୟା
ଓଡ଼ିଶାରେ ବାର ମାସରେ ତେର ପର୍ବ ଭିତରେ ସାବିତ୍ରୀ ବ୍ରତ ଅନ୍ୟତମ । ସାବିତ୍ରୀ ଓଷା ବା ସାବିତ୍ରୀ ବ୍ରତ ଓଡ଼ିଶାରେ ସଧବା ନାରୀମାନଙ୍କ ପାଳିତ ଏକ ମୁଖ୍ୟ ଓଷା।ସାବିତ୍ରୀ ନିଜ ପତିଙ୍କର ଦୀର୍ଘ ଆୟୁଷ ନିମନ୍ତେ ମଙ୍ଗଳ ମନାସି, ସଧବା ସ୍ତ୍ରୀମାନେ ସାବିତ୍ରୀଙ୍କ ପରି ଆଜୀବନ ସଧବା ହେବା ପାଇଁ,ଏ ଓଷା ପାଳନ କରିଥାନ୍ତି। ଷ୍ଠ ଅମାବାସ୍ୟା ଦିନ ସାବିତ୍ରୀ ଓଷା ପାଳନ କରାଯାଇଥାଏ। ଦେବୀ ସାବିତ୍ରୀଙ୍କ ମାନବୀ ସାବିତ୍ରୀଙ୍କ ପ୍ରତି ଆଶୀର୍ବାଦ ଓ କରୁଣା କିପରି ସତ୍ୟବାନଙ୍କୁ ମୃତ୍ୟୁକବଳରୁ ଫେରାଇ ଆଣିଲା, ତାହାକୁ ଆଧାର କରି ମା’ ସାବିତ୍ରୀଙ୍କୁ ମହିମାନ୍ୱିତ କରାଯାଇଥାଏ। ଏହି ଦିନ ସଧବା ସ୍ତ୍ରୀ ଲୋକମାନେ ଉପବାସ କରନ୍ତି, ଅନ୍ନ ଗ୍ରହଣ କରନ୍ତି ନାହିଁ ଓ ଅପରାହ୍ଣରେ ପୂଜା ଶେଷ ହେଲେ ଧୂଆମୁଗ, ନଡ଼ିଆ, କଦଳୀ, ଆମ୍ବ, ପଣସ, ସପୁରୀ, ତାଳସଜ ଆଦି ଫଳାହାର କରନ୍ତି।ଏଥିପାଇଁ ଚଉଁରା ମୂଳେ ବା ଠାକୁର ଘରେ ବ୍ରତୋତ୍ସବ ପାଳନ ବେଳେ ସାବିତ୍ରୀ ଉପାଖ୍ୟାନ ପାଠ କରାଯାଏ। ଏ ପୂଜାର ଆରାଧ୍ୟା ଦେବୀ ହେଉଛନ୍ତି ମା’ ସାବିତ୍ରୀ।ସାବିତ୍ରୀ ବ୍ରହ୍ମାଙ୍କ ପତ୍ନୀ, ଗାୟତ୍ରୀ, ସୂର୍ୟ୍ୟାଧିଷ୍ଠାତ୍ରୀ ଦେବୀ।ଦେବୀ ସାବିତ୍ରୀଙ୍କ ମାନବୀ ସାବିତ୍ରୀଙ୍କ ପ୍ରତି ଆଶୀର୍ବାଦ ଓ କରୁଣା କିପରି ସତ୍ୟବାନଙ୍କୁ ମୃତ୍ୟୁକବଳରୁ ଫେରାଇ ଆଣିଲା, ତାହାକୁ ଆଧାର କରି ମା’ ସାବିତ୍ରୀଙ୍କୁ ମହିମାନ୍ୱିତ କରାଯାଇଥାଏ।


