ଆଜି ବୁଧବାର ଆପଣଙ୍କ ଦିନଟି କିପରି କଟିବ ଜାଣନ୍ତୁ ଆଜିର ରାଶିଫଳରୁ…
ମେଷ :-ଆଜି ମନରେ ଧାର୍ମିକ ଭାବନା ଉଦୟ ହେବ। ବିନା ସ୍ବାର୍ଥରେ ଅନ୍ୟର ସହାୟତା କରି ଖୁସି ଅନୁଭବ କରିବେ। କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ। ବନ୍ଧୁଙ୍କ ସହିତ ରାତ୍ରି ଭୋଜନ ପାଇଁ ବାହାରକୁ ଯିବେ।ପ୍ରତିକାର ହନୁମାନ ଚାଳିଶା ପାଠ କରନ୍ତୁ
ବୃଷ :-ଆଜି ଆପଣଙ୍କ ପାଇଁ ଦିନଟି ଅନୁକୂଳ ରହିବ ସୁଖଦ ଓ ମଧୁର ବାତାବରଣ ରହିବ। ଘରେ ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିପାରନ୍ତି।କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଅଫିସ୍ର କୌଣସି କାମରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।ପ୍ରତିକାର ଶିବ ପଞ୍ଚାକ୍ଷର ମନ୍ତ୍ର ପାଠ କରି ସାତଟି ତ୍ରୀଶାଖା ବେଲପତ୍ର ଶିବଲିଙ୍ଗ ଉପରେ ଚଢ଼ାନ୍ତୁ
ମିଥୁନ :-ଆଜି ଆପଣଙ୍କ ମନରେ ବିଭିନ୍ନ ପ୍ରକାର ଚିନ୍ତା ଉତ୍ପନ୍ନ ହେବ। ପ୍ରତ୍ୟେକ କାମ ବିବେକର ସହ କରନ୍ତୁ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ପ୍ରେମ ସମ୍ବନ୍ଧୀୟ କୌଣସି ମନୋକାମନା ପୂରଣ ହେବ। ପ୍ରତିକାର କଳା ରଙ୍ଗର ରୁମାଲ ଆଜି ବ୍ୟବହାର କରନ୍ତୁ
କର୍କଟ :-ଆଜି ଆପଣ କାର୍ଯ୍ୟ କରିବା ଲାଗି ଦିନଟି ଭଲ ରହିବ। ଅଚାନକ ଧନଲାଭ ହେବ। ସରକାରୀ ଚାକିରିଆଙ୍କୁ ଖୁସି ଖବର ମିଳିବ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ। ପରୀକ୍ଷାରେ ସଫଳତା ମିଳିବାର ସମ୍ଭାବନା ରହିଛି। ପ୍ରତିକାର ଗାଈକୁ ରୁଟି ଖାଇବାକୁ ଦିଅନ୍ତୁ
ସି˚ହ :-ଆଜି ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟରେ ମନପ୍ରାଣ ଢାଳି କାମ କରିବେ ଏବ˚ ଯଥେଷ୍ଟ ଲାଭ ପାଇବେ। ଅଫିସରେ କୌଣସି ଖୁସି ଖବର ମିଳିବ।ପ୍ରତିକାର ସାତଟି ନୀଳ ରଙ୍ଗର ଅପରାଜିତା ଫୁଲ ମା କାଳୀଙ୍କୁ ଚଢାନ୍ତୁ
କନ୍ୟା :-ଆଜି ଆପଣ କଷ୍ଟ ମନେ ହେଉଥିବା କାର୍ଯ୍ୟ ସହଜରେ କରିପାରିବେ। ଧାର୍ମିକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ପଡ଼ିପାରେ। ସାଧୁସନ୍ଥଙ୍କ ସହିତ ମିଶିବେ। କୌଣସି ଖୁସି ଖବର ଶୁଣିପାରନ୍ତି। ପ୍ରେମ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିବ।ପ୍ରତିକାର ସାତଟି ଲାଲ୍ ରଙ୍ଗର ମନ୍ଦାର ଫୁଲ ଗ୍ରାମଦେବତୀଙ୍କୁ ଚଢାନ୍ତୁ
ତୁଳା :-ଆଜି ଆପଣ ଅଫିସ କାମରେ ବ୍ୟସ୍ତ ରହିବେ। କୌଣସି ଅଜଣା ବ୍ୟକ୍ତିଙ୍କ ସହିତ ସ˚ପର୍କ ଗଢ଼ିବେ ଯେଉଁଥିରୁ ଭବିଷ୍ୟତରେ ଲାଭ ମିଳିବ। ଅଫିସରେ ବାତାବରଣ ଅନୁକୂଳ ରହିବ। ଆଇନକାନୁନ ମାମଲା ସହଜରେ ସମାଧାନ ହୋଇଯିବ।ପ୍ରତିକାର ନାରାୟଣଙ୍କୁ ଦ୍ବାଦଶାକ୍ଷର ଗୋପାଳ ମନ୍ତ୍ରରେ ସାତଟି ତୁଳସୀ ମଞ୍ଜରୀ ଚଢାନ୍ତୁ
ବିଛା :-ଆଜି ଆପଣଙ୍କୁ ସଫଳତା ମିଳିବା ହେତୁ ମନ ପ୍ରସନ୍ନ ରହିବ।ଧନପ୍ରାପ୍ତିର ଯୋଗ ରହିଛି। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ। ସାଂସାରିକ ଜୀବନରେ ସୁଖ ଶାନ୍ତି ମିଳିବ।ପ୍ରତିକାର ସାତଟି ଲବଙ୍ଗ ପାଖରେ ରଖନ୍ତୁ
ଧନୁ :-ଆଜି ଆପଣ ନିଜକୁ ଖୁବ୍ ଆତ୍ମନିର୍ଭରଶୀଳ ଅନୁଭବ କରିବେ। ବ୍ୟବସାୟ ପାଇଁ ନୂତନ ଚୁକ୍ତି ପତ୍ର ସ୍ବାକ୍ଷରିତ କରିପାରନ୍ତି । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସମ୍ମାନ ମିଳିବ। ଅଚାନକ ଧନପ୍ରାପ୍ତି ହେବ।ପ୍ରତିକାର ଆଜି ପିତା ମାତାଙ୍କ ପାଦ ସ୍ପର୍ଶ କରି ପ୍ରଣାମ କରନ୍ତୁ
ମକର :-ଆଜି ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ; ଆପଣଙ୍କୁ ସଫଳତା ମିଳିବ। ସମାଜରେ ଆପଣଙ୍କର ମାନସମ୍ମାନ ବଢ଼ିବ। ମିତ୍ରଙ୍କ ସହିତ ସମ୍ବନ୍ଧ ପୂର୍ବ ଅପେକ୍ଷା ବଢ଼ିଆ ହେବ। ଛାତ୍ର ଛାତ୍ରୀମାନେ ପାଠ ପଢା ବ୍ୟତୀତ ସବୁପ୍ରକାର ସାହାଯ୍ୟ ସହଯୋଗ ପାଇବେ।ପ୍ରତିକାର କୈାଣସି ଅସହାୟ ବ୍ୟକ୍ତିଙ୍କୁ କିଛି ଖାଇବାକୁ ଦିଅନ୍ତୁ
କୁମ୍ଭ :-ଆଜି ସାମାଜିକ କାର୍ଯ୍ୟକ୍ରମରେ ଭାଗ ନେବାର ସୁଯୋଗ ପାଇବେ। ପ୍ରତିଷ୍ଠିତ ଲୋକଙ୍କ ସହିତ ସ˚ପର୍କ ସ୍ଥାପନ ହେବ। ଅଫିସରେ ଉଚ୍ଚ ଅଧିକାରୀଙ୍କ ସହ ସମ୍ପର୍କ ସୁଦୃଢ ହେବ । ପିଲା ଓ ପରିବାର ସହିତ ହସଖୁସିରେ ସମୟ କଟିବ।ପ୍ରତିକାର କଳାବିରି ଦୁବଘାସ ଓ ଅରୁଆ ଚାଉଳ ଗାଈକୁ ଖାଇବାକୁ ଦିଅନ୍ତୁ
ମୀନ :-ଆଜି ଦିନଟି ଆପଣଙ୍କ ପାଇଁ ଖୁବ୍ ଭଲ ରହିବ। କର୍ମକ୍ଷେତ୍ରରେ ଆପଣଙ୍କର କାର୍ଯ ପ୍ରଶଂସନୀୟ ହେବ। ବ୍ୟବସାୟ ବାଣିଜ୍ୟରେ ଆୟ ବୃଦ୍ଧି ଘଟିବ। ମହିଳାମାନେ ଗୃହ ସାଜସଜ୍ଜା ପ୍ରତି ଯତ୍ନଶୀଳା ହେବେ ।ପ୍ରତିକାର ହନୁମାନଙ୍କ ପାଖରେ ରାଶି ତେଲର ଦୀପ ଟିଏ ଜାଳନ୍ତୁ