ଆଜି ବୁଧବାର ଆପଣଙ୍କ ଦିନଟି କିପରି କଟିବ ଜାଣନ୍ତୁ ଆଜିର ରାଶିଫଳରୁ…
ମେଷ :-ଆଜିରଦିନ ଶୁଭଫଳଦାୟୀ ହେବ। ଶାରୀରିକ, ମାନସିକ ସ୍ଵାସ୍ଥ୍ୟ ଉତ୍ତମ ରହିବ। ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ରହିବ। ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ। ଧାର୍ମିକ ଯୋଗଦାନ କରିବେ।ପ୍ରତିକାର- ଗାଈକୁ ଦୁବଘାସ ଖାଇବାକୁ ଦିଅନ୍ତୁ।
ବୃଷ :-ଆଜି ସମସ୍ତ କାର୍ଯ୍ୟରେ ବାଧା ବିଘ୍ନ ସୃଷ୍ଟି କରିପାରେ । ମହିଳାମାନେ ଗୃହ କର୍ମରେ ପ୍ରଶଂସନୀୟା ହେବେ । ପରିବାରରେ ସୁଖ-ଶାନ୍ତି ପୂର୍ବ ପରି ଅତୁଟ ରହିବ।ଆକସ୍ମିକ ଧନଲାଭର ଯୋଗ ରହିଛି । ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ। ପ୍ରତିକାର-ମା ଦକ୍ଷିଣ କାଳୀଙ୍କୁ ଆରାଧନା କରନ୍ତୁ ପାଞ୍ଚୋଟି ତ୍ରିଶାଖା ବେଲ ପତ୍ର ଚଢାନ୍ତୁ ।
ମିଥୁନ :-ଆଜି ସନ୍ତାନମାନଙ୍କର ଉନ୍ନତି ଦେଖି ଆନନ୍ଦିତ ହେବେ । ଶୁଭ ସମାଚାର ଆପଣଙ୍କୁ ମିଳିବ। ପୁରୁଣା ତଥା ପିଲାଦିନର ମିତ୍ରମାନଙ୍କର ଭେଟରେ ମନ ପ୍ରସନ୍ନ ହେବ। ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ। ବିଦ୍ୟାର୍ଥିମାନେ ପଢାପଢିରେ କୃତକାର୍ଯ୍ୟ ହେବେ।ପ୍ରତିକାର- କିଛି ମହୁ ଖାଇ ଯାତ୍ରା କରନ୍ତୁ ।
କର୍କଟ :-ଆଜି ବ୍ୟବସାୟ କ୍ଷେତ୍ରରେ ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ । ପିତା ମାତା ଗୁରୁଜନମାନଙ୍କର ସ୍ନେହ ଆଶ୍ରିର୍ବାଦ ଲାଭ କରିବେ। ମଧ୍ୟାହ୍ନ ପରେ କର୍ମ କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିବେ। କୌଣସି ସାମାଜିକ ପ୍ରସଙ୍ଗରେ ଉପସ୍ଥିତ ରହବାକୁ ପଡ଼ିପାରେ।ପ୍ରତିକାର- ଭଗବାନ ବିଷ୍ଣୁଙ୍କୁ ଦର୍ଶନ କରିବା ସହିତ ପ୍ରଭୁଙ୍କ ଗାୟତ୍ରୀ ମନ୍ତ୍ରକୁ ଦଶ ଥର ଜପ କରନ୍ତୁ ।
ସିଂହ :-ଆଜି ପ୍ରତ୍ୟେକ କ୍ଷେତ୍ରରେ ସଫଳତା ମିଳିବ।ଶତୃମାନେ ପରାଜିତ ହେବେ। ବ୍ୟବସାୟ ପାଇଁ ଦିନଟି ଶୁଭ ପ୍ରଦ ହେବ। ଉଚ୍ଚ ଅଧିକାରୀମାନଙ୍କ ସମ୍ପର୍କ ସୁଦୃଢ ହେବ। ମହିଳାମାନେ ଯଗିରଖି ଚଳନ୍ତୁ ଶାରୀରିକ ପୀଡ଼ା ଦେଖାଦେଇପାରେ। ବିଦ୍ୟାର୍ଥିମାନେ ବିଦେଶ ଗସ୍ତରେ ଯାଇପାରନ୍ତି।ପ୍ରତିକାର- ରକ୍ତ ଚନ୍ଦନର ଟିକା ମଥାରେ ଲଗାନ୍ତୁ।
କନ୍ୟା :-ଆଜି ଶାରୀରିକ ପୀଡ଼ା ଦେଖାଦେଇପାରେ। ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଶୁଭ ପ୍ରଦ ହେବ। ମହିଳାମାନେ ଅନିଚ୍ଛାକୃତ ଭାବେ କାର୍ଯ୍ୟ କରିବା ପାଇଁ ବାଧ୍ୟ ହେବେ। କୋୖଣସି ଅନୁଷ୍ଠାନ ତରଫରୁ ସମ୍ମାନୀତ ହୋଇପାରନ୍ତି।ପ୍ରତିକାର- ଓଁ ଘୃଣିସୂର୍ଯ୍ଯାୟ ନମଃ ଏହି ମନ୍ତ୍ରରେ ସୂର୍ଯ୍ୟଙ୍କୁ ଅର୍ଘ୍ୟ ଦିଅନ୍ତୁ ।
ତୁଳା :-ଆଜି ମିତ୍ରମାନଙ୍କ ସହିତ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ମନୋରଞ୍ଜନରେ ଦିନ ବିତିବ। କ୍ରୀଡା କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ମଧ୍ୟାହ୍ନ ପରେ ଆପଣଙ୍କୁ ପ୍ରତିକୂଳତାର ସାମନା କରିବାକୁ ପଡ଼ିପାରେ। ଆକସ୍ମିକ ଖର୍ଚ୍ଚ ହୋଇପାରେ।ପ୍ରତିକାର:- ପିତା ମାତାଙ୍କ ପାଦ ସ୍ପର୍ଶ କରି ପ୍ରଣାମ କରନ୍ତୁ ।
ବିଛା :-ଆଜି ଆତ୍ମବିଶ୍ଵାସ ସହିତ ପ୍ରତ୍ୟେକ କାର୍ଯ୍ୟକୁ କରି ପ୍ରଶଂସନୀୟ ହେବେ। ଗୃହସ୍ଥ ଜୀବନରେ ସୁଖ ଏବଂ ଶାନ୍ତି ଅତୁଟ ରହିବ। ଶାରୀରିକ ସ୍ଵାସ୍ଥ୍ୟ ଭଲ ରହିବ। ମିତ୍ର ଏବଂ ସ୍ନେହୀଜନମାନଙ୍କ ସହିତ ଯାତ୍ରା କିମ୍ବା ପର୍ଯ୍ୟଟନର ଯୋଗ ଅଛି।ପ୍ରତିକାର:- କୈାଣସି ଅସହାୟ ବ୍ୟକ୍ତିକୁ କିଛି ଖାଇବାକୁ ଦିଅନ୍ତୁ ।
ଧନୁ :-ଆଜି ମାନସିକ ଅଶାନ୍ତି ବୃଦ୍ଧି ପାଇବ। କେହି ଜଣେ ବ୍ୟକ୍ତି ଅସୁବିଧାରେ ପକାଇପାରେ ଏଣୁ ଯଗିରଖି ଚଳନ୍ତୁ। ବିଦ୍ୟାର୍ଥୀଗଣ ଆଜି ବିଦ୍ୟାଭ୍ୟାସ ଏବଂ କ୍ୟାରିୟର ସମ୍ବନ୍ଧିତ ବିଷୟଗୁଡ଼ିକରେ ସଫଳତା ପ୍ରାପ୍ତ କରି ପାରିବେ। ଘରର ବାତାବରଣରେ ସୁଖ-ଶାନ୍ତି ରହିବ। ବ୍ୟବସାୟରେ ସଫଳତା ମିଳିବ।ପ୍ରତିକାର:- ପ୍ରବେଶ ଦ୍ଵାରର ଡାହାଣ ପଟେ ପୂର୍ଣ୍ଣ କୁମ୍ଭ ଟିଏ ସ୍ଥାପନ କରି ତାକୁ ଦର୍ଶନ କରି ଯାତ୍ରା କରନ୍ତୁ
ମକର :-ଆଜି ପାରିବାରିକ ଜୀବନ ସୁଖ ଶାନ୍ତି କଟିବ। ଧନ ମାନ ସମ୍ମାନ ପ୍ରତିଷ୍ଠା ମିଳିବ। ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତିର ଯୋଗ ରହିଛି । ମଧ୍ୟାହ୍ନ ପରେ ଆପଣଙ୍କ ସ୍ଵଭାବରେ ଭାବୁକତା ବଢ଼ିପାରେ। ଆପଣ ଆଧ୍ୟାତ୍ମିକ ଦିଗ ଉପରେ ଆଲୋଚନା କରିବେ। ପ୍ରତିକାର-ଗଣେଶଙ୍କ ଗାୟତ୍ରୀ ମନ୍ତ୍ରକୁ ଦଶ ଥର ଜପ କରନ୍ତୁ ।
କୁମ୍ଭ :-ଆଜି ଆପଣଙ୍କୁ ସୁସ୍ବାଦୁ ଭୋଜନ ମିଳିବ। ରାଜନୀତି କ୍ଷେତ୍ରରେ ଥିଲେ ଜନ କଲ୍ୟାଣ କାର୍ଯ କରି ପ୍ରଶଂସନୀୟ ହେବେ।ମିତ୍ରମାନଙ୍କ ସହିତ ସାକ୍ଷାତକରିବେ ଏବଂ ଏହି ସାକ୍ଷାତ ଆନନ୍ଦଦାୟୀ ରହିବ। ଅପରାହ୍ନରେ ଦେବ ଦର୍ଶନ କରିବା ପାଇଁ ଯାତ୍ରାର ଆୟୋଜନ କରିପାରନ୍ତି।ପ୍ରତିକାର-ମା ଦୁର୍ଗାଙ୍କୁ ପାଞ୍ଚୋଟି ଲାଲ ରଙ୍ଗର ମନ୍ଦାର ଫୁଲ ଚଢାନ୍ତୁ ।
ମୀନ :-ଆଜି କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ବିଚାର ମନରେ ଆସିବାକୁ ଦିଅନ୍ତୁ ନାହିଁ। ଖାଇବା ପିଇବାରେ ମଧ୍ୟ ନିୟନ୍ତ୍ରଣ ରଖନ୍ତୁ। ମହିଳାମାନେ ଘରେ ବାହାରେ ସବୁଠି ପ୍ରସଶନୀୟା ହେବେ।ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ।ପ୍ରତିକାର:- ପକ୍ଷୀମାନଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ