ଆଜି ଭୁବନେଶ୍ୱରରେ ଜଣେ ପଜିଟିଭ

ଭୁବନେଶ୍ୱର: ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । କରୋନାର ଗତିରେ ଓଡ଼ିଶା ଫେରନ୍ତା ପ୍ରବାସୀମାନେ ସାମିଲ ହେବା ପଳରେ ନିଆଁରେ ଘିଅ ଢାଳିବା ସଦୃଶ ମହାମାରୀ ବ୍ୟାପିରେ ଲାଗିଛି । ପ୍ରବାସୀମାନେ ଏବେ କରୋନା ଭୂତାଣୁକୁ ସାଙ୍ଗରେ ଆଣି ଆସିଥିବାରୁ ସେମାନଙ୍କୁ କିଭଳି ଠିକଣା ସମୟରେ ଚିହ୍ନଟ କରାଯିବ ଓ ସଙ୍ଗରୋଧରେ ଶୃଙ୍ଖଳିତଭାବେ ରଖାଯିବ ତାହା ରାଜ୍ୟ ସରକାରଙ୍କ ପାଇଁ କଷ୍ଟକର ବ୍ୟାପାର ହୋଇଛି ।
ତେବେ ଏହାରି ଭିତରେ ଆଜି ଭୁବନେଶ୍ୱରରେ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜଣାଯାଇଛି । ଏନେଇ ବିଏମସି ପକ୍ଷରୁ ସୂଚନା ଦିଆଯାଇଛି । ଆଜି ଖୋର୍ଦ୍ଧାରେ ଚିହ୍ନଟ ୧୩ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଭୁବନେଶ୍ୱରରେ ଜଣେ ସାମିଲ ଅଛନ୍ତି । ଆକ୍ରାନ୍ତ ଜଣକ ଡମଣା ଅଞ୍ଚଳର ଜଣେ ୨୫ ବର୍ଷର ଯୁବକ । ସେ ମୁମ୍ବାଇରୁ ଫେରିଥିଲେ । ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୯କୁ ବୃଦ୍ଧି ପାଇଛି । ଅନ୍ୟପକ୍ଷରେ ୫୩ ଜଣ ସୁସ୍ଥ ହୋଇଥିବାବେଳେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ