ଆଜି ମଙ୍ଗଳବାର ଆପଣଙ୍କ ଦିନଟି କିପରି କଟିବ ଜାଣନ୍ତୁ ଆଜିର ରାଶିଫଳରୁ…

ମେଷ :-ଆଜି ମାନସିକ ଅଶାନ୍ତି ଓ ପାରିବାରିକ ସମସ୍ଯା ଆପଣଙ୍କୁ ବିଚଳିତ କରାଇବ । ଯେଉଁ କାମରେ ହାତ ଦେଲେ ମଧ୍ୟ ସଫଳତା ବିଳମ୍ବରେ ମିଳିବ। କୌଣସି ପୂର୍ବ ସମସ୍ୟାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ କଳି ଲାଗିପାରେ। ପ୍ରତିକାର ମଙ୍ଗଳ ମହାଗ୍ରହଙ୍କ ଗାୟତ୍ରୀ ମନ୍ତ୍ରକୁ୨୭ ଥର ଜପ କରନ୍ତୁ

ବୃଷ :-ଆଜି ଆପଣ ନିକଟ ସମ୍ପର୍କୀୟ ମାନଙ୍କ ସାହାଯ୍ୟ ଓ ସହଯୋଗ ପାଇ କାମ ଗୁଡିକ ସହଜରେ ସମ୍ପନ୍ନ କରିପାରିବେ। କଳା, ସାହିତ୍ୟ, ସଙ୍ଗୀତ, କ୍ଷେତ୍ରରେ ସଫଳତା ପାଇବେ । ମାଲିମକଦ୍ଦମାର ନ୍ଯାୟ ଆପଣଙ୍କ ସପକ୍ଷରେ ମିଳିବ । ପ୍ରତିକାର ଶୁକ୍ର ମହାଗ୍ରହଙ୍କ ଗାୟତ୍ରୀ ମନ୍ତ୍ରକୁ ୨୧ ଥର ଜପ କରନ୍ତୁ

ମିଥୁନ :-ଆଜି ଅନ୍ୟର ସାହାଯ୍ୟ ଆଜି ଆପଣଙ୍କୁ କର୍ମମୁଖର କରାଇବା ସହ ଆର୍ଥିକ ଉନ୍ନତି ଦିଗରେ ସହାୟକ ହେବ । ବକେୟା ଅର୍ଥ ଲାଭ କରିବେ । ଶିଳ୍ପ, ଶିକ୍ଷା ବାଣିଜ୍ୟ ଓ ବ୍ୟବସାୟ କ୍ଷେତ୍ରରେ ଉନ୍ନତି କରିବେ। ଆଲୋଚନା କ୍ଷେତ୍ରରେ କିମ୍ବା ରାଜନୈତିକ କ୍ଷେତ୍ରରେ ସମ୍ମାନିତ ହେବେ ।ପ୍ରତିକାର ବୁଧ ମହାଗ୍ରହଙ୍କ ଗାୟତ୍ରୀ ମନ୍ତ୍ରକୁ ୨୧ ଥର ଜପ କରନ୍ତୁ।

କର୍କଟ :-ଆଜି ମନ ଚାହୁଁଥିବା ପ୍ରକାରେ କାମ କରିବା କଷ୍ଟକର ହୋଇପାରେ। ବକେୟା ଟଙ୍କା ପାଇବା ସକାଶେ ଯୁକ୍ତିତର୍କ ହୋଇପାରେ । ଶିଳ୍ପ, ବାଣିଜ୍ୟ, ପରିବହନ କ୍ଷେତ୍ରରେ ଲାଭବାନ ହେବେ । ଶାରୀରିକ ଓ ମାନସିକ ଶାନ୍ତି ମିଳିବ ।ପ୍ରତିକାର ଚନ୍ଦ୍ର ମହାଗ୍ରହଙ୍କ ଗାୟତ୍ରୀ ମନ୍ତ୍ରକୁ ୨୧ ଥର ଜପ କରନ୍ତୁ

ସିଂହ :-ଆଜି ନିଜର କାର୍ଯ୍ୟଦକ୍ଷତା ଓ ଦୃଢ ମନୋବଳ ପ୍ରତ୍ୟେକ କାର୍ଯ୍ୟ କ୍ଷେତ୍ରରେ ସଫଳତା ମିଳିବ। ଗବେଷଣା,ଅଧ୍ୟୟନ ଓ ଅଧ୍ୟାପନା, ପ୍ରତିଯୋଗୀତା କ୍ଷେତ୍ରରେ ଉନ୍ନତି କରିବେ। ପରିବହନ, ନିର୍ମାଣ, ବାଣିଜ୍ୟ ବ୍ୟବସାୟ ସକାଶେ କୈାଣସି ପ୍ରତିବନ୍ଧକ ରହିବ ନାହିଁ । ପ୍ରତିକାର ରବି ମହାଗ୍ରହଙ୍କ ଗାୟତ୍ରୀ ମନ୍ତ୍ରକୁ ୨୧ ଥର ଜପ କରନ୍ତୁ

କନ୍ୟା :-ଆଜି ବନ୍ଧୁମାନଙ୍କ ସାହାଯ୍ୟ,ସହଯୋଗ ମାଧ୍ୟମରେ କାର୍ଯ୍ୟହାସଲ କରିବେ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ବିରୋଧୀ ମାନେ ପରାଜୟ ହେବେ ।ଶାରୀରିକ ଓ ମାନସିକ ଶାନ୍ତି ମିଳିବ । ମହିଳାମାନେ ପ୍ରଶଂସନୀୟ ହେବେ ।ପ୍ରତିକାର କେତୁ ମହାଗ୍ରହଙ୍କ ଗାୟତ୍ରୀ ମନ୍ତ୍ରକୁ ୨୧ ଥର ଜପ କରନ୍ତୁ

ତୁଳା :-ଆଜି ନିଜ ଲୋକମାନେ ଶତ୍ରୁତା କଲେ ମଧ୍ୟ କୈାଣସି କାମ ଅଟକି ରହିବ ନାହିଁ । କର୍ମକ୍ଷେତ୍ରରେ ସମସ୍ୟାର ସମାଧାନ ହେବ। ଶିଳ୍ପ, ବ୍ୟବସାୟରେ ଲାଭବାନ୍‌ ହେବେ। ଅସମ୍ପୂର୍ଣ୍ଣ କାମକୁ ଆଜି ବୁଦ୍ଧି ବଳରେ ସମ୍ପୁର୍ଣ୍ଣ କରିବେ । ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା ଜନିତ ଅଶାନ୍ତ ପରିବେଶ ସକାଶେ ଚିନ୍ତା ବଢିପାରେ।ପ୍ରତିକାର ଶୁକ୍ର ମହାଗ୍ରହଙ୍କ ଗାୟତ୍ରୀ ମନ୍ତ୍ରକୁ ୨୧ ଥର ଜପ କରନ୍ତୁ

ବିଛା :-ଆଜି ସ୍ବାସ୍ଥ୍ୟଗତ ସମସ୍ୟାକୁ ନେଇ ଚିନ୍ତିତ ରହିବେ। ବ୍ୟବସାୟ, ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ବାଦବିବାଦ ଦେଖା ଦେବ । ଦୀର୍ଘ ଦିନରୁ ରହି ଆସିଥିବା ଋଣ ପରିଶୋଧ କରିବା ସକାଶେ ଚିନ୍ତିତ ରହି ପାରନ୍ତି।ପ୍ରତିକାର ମଙ୍ଗଳ ମହାଗ୍ରହଙ୍କ ଗାୟତ୍ରୀ ମନ୍ତ୍ରକୁ ୨୭ ଥର ଜପ କରନ୍ତୁ

ଧନୁ :-ଆଜି ପାରିବାରିକ କ୍ଷେତ୍ରରେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହୋଇପାରେ। ଆଶା କରୁଥିବା ଦିଗରୁ ଅପରାହ୍ନରେ କୋୖଣସି ଶୁଭ ଖବର ଶୁଣିପାରନ୍ତି । କୋଟ କଚେରୀ ମାମଲାରେ ବିଜୟ ଲାଭ କରିବେ ।ବିଦ୍ଯାର୍ଥୀ ମାନେ ବିଦ୍ଯାରେ କୃତିତ୍ବ ଅର୍ଜନ କରିବେ ।ପ୍ରତିକାର ବୃହସ୍ପତି ମହାଗ୍ରହଙ୍କ ଗାୟତ୍ରୀ ମନ୍ତ୍ରକୁ ୧୧ ଥର ଜପ କରନ୍ତୁ

ମକର :-ଆଜି ପ୍ରତିକୂଳ ପରିସ୍ଥିତିକୁ ଦୂରେଇବାରେ ସମର୍ଥ ହେବେ। ଜମିଜମା, ବିବାଦୀୟ କ୍ଷେତ୍ରରେ ସଫଳତା ପାଇବେ ।ବ୍ୟବସାୟ ଓ ବାଣିଜ୍ୟ, ପ୍ରଶାସନିକ ସ୍ତରରେ ଉନ୍ନତି ଘଟିବ। ନିର୍ମାଣାଧୀନ କାମକୁ ଆଗେଇ ନେବେ ।ପ୍ରତିକାର ରାହୁ ମହାଗ୍ରହଙ୍କ ଗାୟତ୍ରୀ ମନ୍ତ୍ରକୁ ୨୧ ଥର ଜପ କରନ୍ତୁ

କୁମ୍ଭ :-ଆଜି ଆପଣାକୁ ପ୍ରତ୍ୟେକ ଦିଗରୁ ସଫଳତା ମିଳିବ । ବ୍ୟବସାୟ ତଥା ପରିବହନ ସକାଶେ ଦିନଟି ଶୁଭ ପ୍ରଦ ହେବ।ଆନୁଷ୍ଠାନିକ କାମ,ସଭାସମିତି, ସାହିତ୍ୟ ଚର୍ଚ୍ଚା, କ୍ଷେତ୍ରରେ ପ୍ରଶଂସିତ ହେବେ। ଆର୍ଥିକ ସ୍ଥିତି ପୂର୍ବ ପରି ସୁଦୃଢ଼ ରହିବ ।ପ୍ରତିକାର ଶନି ମହାଗ୍ରହଙ୍କ ଗାୟତ୍ରୀ ମନ୍ତ୍ରକୁ ୨୧ ଥର ଜପ କରନ୍ତୁ

ମୀନ :-ଆଜି ଦୀର୍ଘ ଦିନରୁ ଚିନ୍ତା କରିଥିବା ନୂତନ ଯୋଜନା କାର୍ଯ୍ୟକାରୀ କରିବେ । ଦାମ୍ପତ୍ୟ ଜୀବନରେ ମନାନ୍ତର ହୋଇ ପାରେ। ଯେତେ ଭଲ କାମ କଲେ ମଧ୍ୟ ପରିବାରରେ ଅନ୍ୟମାନେ ଦୋଷ ଖୋଜିବେ ।ପିଲା ମାନଙ୍କୁ କେନ୍ଦ୍ରକରି ହଠାତ୍‌ କାୈଣସି ଘଟଣା ମନକୁ ବିବ୍ରତ କରିପାରେ।ପ୍ରତିକାର ବୃହସ୍ପତି ମହାଗ୍ରହଙ୍କ ଗାୟତ୍ରୀ ମନ୍ତ୍ରକୁ ୧୧ ଥର ଜପ କରନ୍ତୁ

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ