ଆଜି ମଙ୍ଗଳବାର ଆପଣଙ୍କ ଦିନଟି କିପରି କଟିବ ଜାଣନ୍ତୁ ଆଜିର ରାଶିଫଳରୁ…

ମେଷ :-ଆଜି ପ୍ରତ୍ୟେକ କ୍ଷେତ୍ରରେ ସମୟୋଚିତ ଦୃଢ଼ ପଦକ୍ଷେପ ନେଲେ କୃତକାର୍ଯ୍ୟ ହେବେ। ଅଫିସ୍‌ କାମରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। ବହୁ ଆଲୋଚନା ଶେଷରେ ବନ୍ଧୁ ସାହାଯ୍ୟ ସହଯୋଗର ଦୃଢ଼ ପ୍ରତିଶ୍ରୁତି ଦେବେ। ପ୍ରକାଶନ ଓ ପ୍ରଶାସନିକ କ୍ଷେତ୍ରରେ ସହକର୍ମୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ।

ବୃଷ :-ପାରିବାରିକ କ୍ଷେତ୍ରରେ ଭଉଣୀଙ୍କ ସାହାଯ୍ୟ ପ୍ରତିଶ୍ରୁତିରୁ ଆଶ୍ୱସ୍ତି ଲାଭ କରିବେ। ଅଭିଳଷିତ ଦ୍ରବ୍ୟପ୍ରାପ୍ତିରେ ବିଜାତୀୟ ବ୍ୟକ୍ତି ଜଣେ ଅସହଯୋଗ କରିପାରନ୍ତି। ଶାରୀରିକ ଦୁର୍ବଳତା ଯୋଗୁ କାମ କରିବାକୁ ଆଗ୍ରହ ପ୍ରକାଶ କରିବେ ନାହିଁ। ସ୍ଥଗିତ କାମକୁ ପୂରା ଦମ୍‌ରେ କରିବାପାଇଁ ନିଷ୍ପତ୍ତି ନେବେ।

ମିଥୁନ :-ଜଣେ ସହକର୍ମୀଙ୍କ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ବାଧ୍ୟବାଧକତାରେ ମନୋରଞ୍ଜନ ସମ୍ପର୍କିତ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବାକୁ ପଡ଼ିପାରେ। ବ୍ୟବସାୟରେ ସାମାନ୍ୟ ପ୍ରତିବନ୍ଧକ ଦେଖାଦେବା ଆଶଙ୍କାର ସୂଚନା ପାଇବେ।

କର୍କଟ :-ଦୀର୍ଘଦିନରୁ ଭାଙ୍ଗିପଡ଼ିଥିବା ସମ୍ପର୍କ ଆଜି ଆକସ୍ମିକ ଭାବରେ ପୁନଃ ପ୍ରତିଷ୍ଠିତ ହେବ। ଭାବପ୍ରବଣବଶତଃ ବିରକ୍ତିକର କଥାବାର୍ତ୍ତାକରି ଅପଦସ୍ଥ ହୋଇପାରନ୍ତି। କର୍ମକ୍ଷେତ୍ରରେ ପରକଥାରେ ପ୍ରଭାବିତ ହେଲେ ଭୁଲ୍‌ ମାର୍ଗର ଅନୁସରଣ କରିବେ। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହୋଇପାରନ୍ତି।

ସି˚ହ :-ମାନସିକ ଅବସାଦ ବଢ଼ିବା କାରଣରୁ କୌଣସି କାମ ଉସତ୍ାହପ୍ରଦ ହେବ ନାହିଁ। କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ। ମାଲିମକଦ୍ଦମା କିମ୍ବା ବିବାଦୀୟ ଘଟଣାରେ ବିଜୟୀ ହେବେ। ବ୍ୟବସାୟରେ ସନ୍ତୋଷଜନକ ଫଳ ପାଇପାରନ୍ତି।

କନ୍ୟା :-ହାତକୁ ନେଇଥିବା କାମଗୁଡ଼ିକ ଅଟକିବ ନାହିଁ ଏବଂ ସେଥିରେ ଆଶାଜନକ ଫଳ ପାଇବେ। ସରକାରୀ କାମରେ ହଠାତ୍‌ ବିଶ୍ୱସ୍ତ ସୂତ୍ରରୁ ଶୁଭ ଖବର ଶୁଣି ଖୁସି ହେବେ। ସାମାଜିକ ଜୀବନରେ ଅନ୍ୟାୟ ବିରୋଧରେ ସ୍ବର ଉତ୍ତୋଳନ କରି ଶତ୍ରୁତା ଅର୍ଜନ କରିବେ। ଉପରିସ୍ଥ ଆଦେଶାନୁସାରେ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ।

ତୁଳା :-ପାରିବାରିକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ସମସ୍ୟା ସମାଧାନ ପାଇଁ ଚେଷ୍ଟାକରିବେ। ବିଭିନ୍ନ ସୂତ୍ରରୁ ରୋଜଗାର କରିବା ସାଙ୍ଗକୁ ବିଳାସବ୍ୟସନରେ ସମୟ ଅତିବାହିତ କରିପାରନ୍ତି। ବନ୍ଧୁମାନେ ବିଭ୍ରାନ୍ତିକର ଖବର ପରିବେଷଣକରି ସମସ୍ୟାକୁ ବଢ଼ାଇଦେଇପାରନ୍ତି। ଆନୁଷ୍ଠାନିକ କାମ କିମ୍ବା ଧର୍ମକାର୍ଯ୍ୟରେ ନିଜକୁ ନିୟୋଜିତ କରିବେ।

ବିଛା :-ବନ୍ଧୁଙ୍କ କାର୍ଯ୍ୟକଳାପରେ ଅତିଷ୍ଠହେବା କାରଣରୁ ମନରେ ବିରକ୍ତିଭାବ ସୃଷ୍ଟିହେବ। ପରିସ୍ଥିତିରେ ପଡ଼ି ଖର୍ଚ୍ଚ କରିବାକୁ ବାଧ୍ୟ ହେବେ ଓ ମନସ୍ତାପ ମଧ୍ୟ କରିବେ। ସାମାଜିକ ପ୍ରତିଷ୍ଠା ବଢ଼ିବା ସହ ଦୀର୍ଘଦିନରୁ ଚିନ୍ତାକରିଥିବା କାମଟି ହଠାତ୍‌ ହୋଇଯିବ। କୌଶଳ ପ୍ରୟୋଗକରି କାର୍ଯ୍ୟ ହାସଲ କରିବାରେ ସମର୍ଥ ହେବେ।

ଧନୁ :-ହାତରୁ ଖର୍ଚ୍ଚକରି ବନ୍ଧୁଙ୍କୁ ସାହାଯ୍ୟ କରି ଆମତ୍ତୃପ୍ତି ଲାଭକରିବେ। ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ, ଫଳରେ ପ୍ରତାରିତ ହେବା ବହୁ ସମ୍ଭାବନା ରହିଛି। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇବେ। ଦୀର୍ଘଦିନରୁ ମଉଳିଯାଇଥିବା ଆଶା ପୁଣି କଅଁଳି ଉଠିବ।

ମକର :-ବିବାଦୀୟ ପରିସ୍ଥିତି ସୃଷ୍ଟିହେବାର ସୂଚନାକୁ ଅଣଦେଖା କରିବା ଠିକ୍‌ ହେବନାହିଁ। ଅନ୍ୟମନସ୍କ କିମ୍ବା ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ। ଅନ୍ୟମାନଙ୍କ ଭୁଲ୍‌ ଧାରଣା ଯୋଗୁ କର୍ମକ୍ଷେତ୍ରରେ ଭଲ କାମକରି ମଧ୍ୟ ନିନ୍ଦା ଶୁଣିବେ। ପାରିବାରିକ ସମସ୍ୟା କେତେକାଂଶରେ ନିୟନ୍ତ୍ରିତ ରହିବ।

କୁମ୍ଭ :-ବିଶୃଙ୍ଖଳିତ ପରିସ୍ଥିତି ଲାଗି ରହିବା କାରଣରୁ କର୍ମକ୍ଷେତ୍ରରେ ଶିଥିଳତା ଦେଖାଦେବ। ପରକଥାରେ ମୁଣ୍ଡ ପୂରାଇ ଭୁଲ୍‌ମାର୍ଗରେ ଗତିକରିପାରନ୍ତି। ଶିଳ୍ପ, ବାଣିଜ୍ୟ, ଶେୟାବଜାରରେ କ୍ଷତି ଆଶଙ୍କା ରହିଛି , ମାତ୍ର ଜଣେ ବନ୍ଧୁଙ୍କ ସାହାଯ୍ୟକୁ ଭୁଲିପାରିବେ ନାହିଁ। ଭ୍ରାତୃ ସମ୍ପର୍କରେ ଅବନତି ଘଟିବ, ପ୍ରିୟକଥା କହି ସମସ୍ୟା ସୁଧାରିନେବେ।

ମୀନ :-ଗତକଲିର ଆଲୋଚନା ଅନୁଯାୟୀ ଆଜି କାମରେ ଲାଗି ପଡ଼ିବେ, ତଥାପି ଜଣେ ବ୍ୟକ୍ତି ହଠାତ୍‌ ଅସହଯୋଗ କରିପାରନ୍ତି। ଯେତେ ଭଲ କାମ କଲେ ସୁଦ୍ଧା ସମାଲୋଚିତ ହେବେ। ମାଲିମକଦ୍ଦମାରୁ ଚିନ୍ତା ବଢ଼ିଯିବ, କିନ୍ତୁ ତୁଳନାମତ୍କ ବିଚାରକରି କିଛିଟା ଆଶ୍ୱସ୍ତିି ଲାଭକରିବେ। ଶିଳ୍ପ, ବାଣିଜ୍ୟ ଓ ରାଜନୀତି କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ