ଆଜି ମହାଶିବ ରାତ୍ରୀ ଓ ନମଃ ଶିବାୟ ଧ୍ୱନୀରେ କମ୍ପୁଛି ଶିବାଳୟ
ମହାପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ସକାଳେ ମଙ୍ଗଳ ଆଳତି ଓ ଅବକାଶ ନୀତି ପରେ ପ୍ରାୟ ସାଢ଼େ ୧୦ଟାରେ ସାହାଣମେଲା ଦର୍ଶନ ଶେଷ ହୋଇଛି। ବର୍ତ୍ତମାନ ମହାପ୍ରଭୁଙ୍କ ଅନ୍ୟାନ୍ୟ ନୀତି ଜାରି ରହିଛି। ଆଜି ରାତି ୧୦ଟାରେ ମହାପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ ଉଠିବା ନେଇ ନୀତି ନିର୍ଘଣ୍ଟ ହୋଇଛି। ଶ୍ରଦ୍ଧାଳୁମାନେ ଲମ୍ବା ଲାଇନରେ ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି। ଶାନ୍ତି ଶୃଙ୍ଖଳା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାରିକେଡର ବ୍ୟବସ୍ଥା କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ୨ସିଫ୍ଟରେ ୩୦ପ୍ଲାଟୁନ୍ ଫୋର୍ସ ମୁତୟନ କରାଯାଇଛି।ସେହିପରି ପୁରୀ ଲୋକନାଥଙ୍କ ପୀଠରେ ଜାଗର ପାଇଁ ବ୍ୟାପକ ପ୍ରସ୍ତୁତି ହୋଇଛି। ଭୋର ୪ଟାରେ ମହାଦୀପ ଉଠିବା ପାଇଁ ସମୟ ଧାର୍ଯ୍ୟ ହୋଇଛି। ଶୃଙ୍ଖଳିତ ଦର୍ଶନ ପାଇଁ ସ୍ୱତନ୍ତ୍ର ବ୍ୟାରିକେଡ୍ ବ୍ୟବସ୍ଥା ହୋଇଛି।