ଆଜି ଦ୍ୱିତୀୟ ମାଣବସା ଗୁରୁବାର
ବ୍ରହ୍ମପୁର (ଯୁଗାଦ୍ଦନ୍ୟୁଜ)-ଓଡିଶା ହେଉଛି ଜାଗନ୍ନାଥ ଙ୍କ ରାଜ୍ୟ ବାର ମାସରେ ତେର ପର୍ବ ପାଳନ କରିଥାନ୍ତି ଓଡିଶା ବାସୀ । ଆଉ ସେଥିରୁ ଅନ୍ୟତମ ହେଉଛି ମାଣବସା ଗୁରୁବାର । ଧନଦାତ୍ରି ମା ଲକ୍ଷ୍ମୀ ଙ୍କୁ ମାର୍ଗଶିର ମାସ ଗୁରବାର ଦିନ ସଧବା ନାରୀ ମାନେ ଅଗଣାରେ ରଙ୍ଗବିରଙ୍ଗ ଝୋଟି ପକାଇ ନୂଆ ଲୁଗା ପରିଧାନ କରି ଘରେ ଧାନ ଖଟୁଲିକୁ ସୁସଜ୍ଜିତ କରି ମାଙ୍କୁ ଆବାହନ କରିଥାନ୍ତିାଏଥି ପାଇଁ ଗାଁ ଠୁ ସହର ଚାରିଆଡେ ଉତ୍ସବର ପରିବେଶ । ପୁରାଣରେ ବର୍ଣିତ ଅଛି ମାଙ୍କ ର ଟିକେ କୃପା ମିିଳିଲେ ଗରିବ ଧନୀ ହୋଇଯାଏ । ଏଥିପାଇ ସଧବା ନାରୀ ନିଷ୍ଠା ର ସହ ଏହି ବ୍ରତ କରିଥାନ୍ତି ।


