ଆଜି ରବିବାର ଆପଣଙ୍କ ଦିନଟି କିପରି କଟିବ ଜାଣନ୍ତୁ ଆଜିର ରାଶିଫଳରୁ…
ମେଷ :-ଆଜି ପାରିବାରିକ ଜୀବନ ଓ ସୁଖପ୍ରଦ ହେବ। ଦାମ୍ପତ୍ୟ ଜୀବନରେ ମନାନ୍ତର ମତାନ୍ତର ଦୂର ହୋଇଯିବ। କେତେକ କ୍ଷେତ୍ରରେ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ। ପ୍ରତିକାର ରକ୍ତ ଚନ୍ଦନର ଟିକା ମଥାରେ ଲଗାନ୍ତୁ
ବୃଷ :-ଆଜି କର୍ମୋନ୍ନତି ସହ ସମ୍ମାନ ପ୍ରାପ୍ତିର ଯାଗ ରହିଛି । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ସଫଳତା ଲାଭ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ଲାଭବାନ ହେବେ। କୌଣସି ଆନୁଷ୍ଠାନିକ କାମରେ ମୁଖ୍ୟ ଭୂମିକା ଗ୍ରହଣ କରି ପ୍ରଶଂସନୀୟ ହେବେ।ପ୍ରତିକାର ମହାଦେବଙ୍କୁ ଦର୍ଶନ କରନ୍ତୁ ଓ କିଛି କଞ୍ଚା କ୍ଷୀରରେ କଳାରାଶି ମିଶାଇ ଶିବଙ୍କ ପାଖରେ ଅର୍ପଣ କରନ୍ତୁ।
ମିଥୁନ :-ଆଜି ଆପଣଙ୍କର ଦିନ ମଙ୍ଗଳମୟ ହେବ । ଶତୃମାନେ ପରାଜିତ ହେବେ।ଅନ୍ୟମନସ୍କତା ଯୋଗୁ କୌଣସି ଜିନିଷ ହଜି ଯାଇପାରେ । ସହକର୍ମୀ, ଭାଇ ଭଉଣୀ, ଅଧସ୍ତନ କର୍ମଚାରୀଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିବେ। ବିଦ୍ୟାର୍ଥିମାନେ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବେ।ପ୍ରତିକାର ଓଁ ଗମ ଗଣପତୟେ ନମଃ ଏହି ମନ୍ତ୍ର କୁ ୨୭ଥର ଜପ କରନ୍ତୁ।
କର୍କଟ :-ଆଜି ପ୍ରତ୍ୟେକ କାର୍ଯ୍ୟରେ ବାଧା ବିଘ୍ନ ସୃଷ୍ଟି ହୋଇ ପାରେ।ଆଶା କରୁଥିବା ଦିଗରୁ ନିରାଶ ହେବାକୁ ପଡିପାରେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ କାମରେ ଅସନ୍ତୁଷ୍ଟ ହୋଇପାରନ୍ତି। ପାରିବାରିକ ଜୀବନରେ ସ୍ତ୍ରୀଙ୍କ ସହ ମତାନ୍ତର ସୃଷ୍ଟି ହେବାର ସମ୍ଭାବନା ରହିଛି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ।ପ୍ରତିକାର କିଛି ଦୁବଘାସ ଗାଈକୁ ଖାଇବାକୁ ଦିଅନ୍ତୁ।
ସିଂହ :-ଆଜି ମନ ଅସ୍ଥିର ରହିବ। କିନ୍ତୁ କୌଣସି ବ୍ୟବହାର୍ଯ୍ୟ ମୂଲ୍ୟବାନ୍ ଜିନିଷ କିଣିବା ଦିଗରେ ମନ ବଳାଇପାରନ୍ତି। ଯେ କୌଣସି କ୍ଷେତ୍ରରେ ହେଉନା କାହିଁକି ଆଜି ଆପଣ ପ୍ରତିଦ୍ୱନ୍ଦ୍ୱିତା କଲେ ସଫଳତା ହାସଲ କରିବେ।ଏଜେନ୍ସିପ୍, ସାମ୍ବାଦିକତା, ରାଜନୀତି ଓ ସାହିତ୍ୟ କ୍ଷେତ୍ରରେ ସମ୍ମାନିତ ହେବେ।ପ୍ରତିକାର ମିଠା ଦହି ଖାଇ କାର୍ଯ୍ୟ ଆରମ୍ଭ କରନ୍ତୁ।
କନ୍ୟା :-ଆଜି ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଓ କୂଟନୀତି ପ୍ରୟୋଗ କରି କାମ ହାସଲ କରିବେ । ପାଇବାକୁ ଥିବା ଅର୍ଥ କିମ୍ବା କୌଣସି ଜିନିଷପତ୍ର ପାଇବାରେ କଳହର ସମ୍ମୁଖୀନ ହୋଇପାରନ୍ତି। ଅଫିସରେ କିମ୍ବା କର୍ମକ୍ଷେତ୍ରରେ ଗୁଡାଏ କାମ ହାତକୁ ନେଇ ବ୍ୟଥିତ ହେବେ।ପ୍ରତିକାର ସାତଟି ଦୁବ,ସାତଟି ପାନ ପତ୍ର ଗଣେଶଙ୍କୁ ଚଢାନ୍ତୁ।
ତୁଳା :-ଆଜିର ଦିନ ଅର୍ଥଲାଭ ସହ ସମସ୍ୟା ସମାଧାନ ପାଇଁ ଅନୁକୂଳ ରହିବ। ଖଳକଥାରେ ପ୍ରଭାବିତ ହୋଇ ପରିବାର ସକାଶେ କିଛିଟା ଗୋଳମାଳିଆ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ନିଜ ପରିସରରେ ପିଲାମାନଙ୍କ ସକାଶେ ଅନ୍ୟମାନଙ୍କ ନିକଟରେ ମୁଣ୍ଡ ନୁଆଁଇବାକୁ ପଡ଼ିପାରେ।ପ୍ରତିକାର ତୁଳସୀ ମୂଳର ମାଟି ମଥାରେ ଲଗାନ୍ତୁ ।
ବିଛା :-ଆଜି ସମ୍ପର୍କୀୟମାନଙ୍କ ବ୍ୟବହାର ଅସନ୍ତୋଷ ସୃଷ୍ଟି କରିପାରେ । ପାରିବାରିକ କ୍ଷେତ୍ରରେ ମନାନ୍ତର ମତାନ୍ତର ଦେଖାଦେଇପାରେ।କିଛି କହିବା ଅପେକ୍ଷା ବରଂ ନୀରବ ରହିପାରିଲେ ଭଲ ହେବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ତଥା ପରିବହନ ସକାଶେ ବହୁତ ଭଲ।ପ୍ରତିକାର ପିତା ମାତାଙ୍କ ପାଦ ସ୍ପର୍ଶ କରି କାର୍ଯ୍ୟ କ୍ଷେତ୍ରକୁ ଯାଆନ୍ତୁ।
ଧନୁ :-ଆଜି ସମସ୍ତ ଆଶା ଓ ଆକାଂକ୍ଷା ପୂରଣ ହେବ। କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ତାହାକୁ ଚତୁରତାର ସହ ସାମନା କରି କୃତକାର୍ଯ୍ୟ ହେବେ। କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।ପ୍ରତିକାର ହଳଦୀ ରଙ୍ଗର ଚନ୍ଦନର ଟିକା ମଥାରେ ଲଗାନ୍ତୁ।
ମକର :-ଆଜି ଆପଣଙ୍କର ଦିନଟି ହସଖୁସିରେ ଅତିବାହିତ କରିବେ। ଆକସ୍ମିକ ଭାବରେ ଖର୍ଚ୍ଚଭାର ବୃଦ୍ଧି ପାଇବା କାରଣରୁ ଚିନ୍ତା ପ୍ରକଟ କରିପାରନ୍ତି। ଅଗ୍ନି ଜଳ ଓ ବିଦ୍ୟୁତ୍ ପ୍ରତି ସାବଧାନ ରୁହନ୍ତୁ । କ୍ରୀଡା, କଳା, ସାହିତ୍ୟ ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ମିଳିବ।ପ୍ରତିକାର ହନୁମାନଙ୍କ ପାଖରେ ରାଶି ତେଲର ଦୀପଟିଏ ଜାଳନ୍ତୁ ।
କୁମ୍ଭ :-ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ଭୁଲ୍ ବୁଝାମଣା ବଶତଃ ପାରିବାରିକ ମନୋମାଳିନ ଦେଖାଦେଇପାରେ। ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ। ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତିତ ରହିବେ ।ପ୍ରତିକାର ମା କାଳୀଙ୍କୁ ଦର୍ଶନ କରନ୍ତୁ ପାଖରେ ସାତଟି ନୀଳ ଅପରାଜିତା ଫୁଲ ଚଢାନ୍ତୁ।
ମୀନ :-ଆଜିର ଆପଣ ଆତ୍ମିଅଙ୍କ ସାହାଯ୍ୟ ସହଯୋଗ ପାଇବାରୁ ଆନନ୍ଦିତ ରହିବେ । ବସ୍ତ୍ର ଆଭୂଷଣ ପ୍ରାପ୍ତିର ଯାଗ ରହିଛି।ସ୍ବାସ୍ଥ୍ୟରେ ଉନ୍ନତି ଦେଖାଦେବ।ଶତ୍ରୁମାନେ ପରାଜିତ ହେବେ ପ୍ରତିକାର ଓଁ ନମଃ ଭଗବତେ ବାସୁଦେବାୟ ଏହି ମନ୍ତ୍ରକୁ ୨୭ଥର ଜପ କରନ୍ତୁ।