ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ
ଭୁବନେଶ୍ୱର, (ଯୁଗାବ୍ଦ ନ୍ୟୁଜ):ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ଦ୍ବିତୀୟ ଦିନ । ଦ୍ବିତୀୟ ଦିନରେ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ମହାମହିମ ରାଷ୍ଟ୍ରପତି । ଏନେଇ ଶ୍ରୀଲିଙ୍ଗରାଜ ମନ୍ଦିର ପ୍ରଶାସନ ପକ୍ଷରୁ ବିଶେଷ ବ୍ୟବସ୍ଥା କରାଯାଇଥିଲା । ପରେ କଟକସ୍ଥିତ ଜାତୀୟ ଧାନ ଗବେଷଣା ପ୍ରତିଷ୍ଠାନ କାର୍ଯ୍ୟକ୍ରମ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଅଧିକ ପଢନ୍ତୁ:ମୋ’ ଜୀବନରେ ‘ରମାଦେବୀ’ ପ୍ରେରଣାର ଉତ୍ସ : ରାଷ୍ଟ୍ରପତି ଇଣ୍ଡିଆନ୍ ରାଇସ୍ କଂଗ୍ରେସକୁ ରାଷ୍ଟ୍ରପତି ଉଦ୍ଘାଟନ କରିବେ। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ରାଜ୍ୟରେ ଉତ୍ସାହର ମାହୋଲ ଦେଖିବାକୁ ମିଳିଛି । ଅନ୍ୟପଟେ ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଟ୍ବିନସିଟିରେ ପୁଲିସ ଛାଉଣୀ କରାଯାଇଛି । ରାଜଧାନୀରେ ୪୦ ପ୍ଲାଟୁନ ପୁଲିସ ଫୋର୍ସ ସୁରକ୍ଷା ଦାୟିତ୍ବରେ ରହିଥିବା ବେଳେ । ୨ ଶହ ପୁଲିସ ଅଫିରସଙ୍କ ନଜରରେ ରହିଛି ପୁରା ସହର ।


