ଆଜି ଶନିବାର (୩୧.୦୫.୨୦୨୫) ଆପଣଙ୍କ ଦିନଟି କିପରି କଟିବ ଜାଣନ୍ତୁ ଆଜିର ରାଶିଫଳରୁ…

ମେଷ:-ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରିପାରିବେ। ସନ୍ତାନ ଯୋଗେ ଆନନ୍ଦିତ ହେବେ ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। ମାଲିମୋକଦ୍ଦମାରେ ଶୀଘ୍ର ଫଇସଲା ଦିଗ ଉନ୍ମୁକ୍ତ ହେବ ଓ ମୁଣ୍ଡ ଉଚ୍ଚ ରହିବ।

ବୃଷ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଉତ୍ସାହିତ ହେବେ। କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ପରିବାରରେ ଖୁସିର ବାତା ବରଣ ସ୍ଥାୟି ରହିବ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ଆର୍ଥିକ ସାହାଯ୍ୟ ମିଳିବା ଯୋଗେ ସମୟ ଆନନ୍ଦମୟ ହେବ।

ମିଥୁନ:-ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରି ପ୍ରଶଂସା ପାଇବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତହେବେ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ। ଖାଦ୍ୟପେୟରେ ନୀତିନିୟମ ରକ୍ଷା କରିବା ସହିତ ମନକୁ ଶାନ୍ତ ରଖି ପାରିଲେ ସ୍ୱାସ୍ଥ୍ୟ ଠିକ୍ ରହିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ।

କର୍କଟ:-ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ। ବ୍ୟବସାୟୀମାନେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ପାଇବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡି ପାରନ୍ତି। ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ। ପରୀକ୍ଷା ପ୍ରତିଦ୍ୱନ୍ଦିତାରେ ସଫଳ ହେବେ।

ସିଂହ:- ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ। ସ୍ୱାସ୍ଥ୍ୟରେ ଉନ୍ନତି ହୋଇ ଶରୀର ସୁସ୍ଥ ରହିବାସହ ବିରୋଧୀ ମାନଙ୍କ ମୁଣ୍ଡ ତଳକୁ ହେବ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତି କ୍ଷେତ୍ରରେ ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସୁଖ ଶାନ୍ତିମିଳିବ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ ଆଦି ଲାଭହେବ।

କନ୍ୟା:- ସହକର୍ମୀ ମାନଙ୍କର ସମର୍ଥନ ଏବଂ ସହଯୋଗ ଯୋଗୁ ସୁନାମ ଅର୍ଜନ କରିବେ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରର ଲୁଚକାଳି ଖେଳର ଅବସାନ ହେବ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ।

ତୁଳା:-ସ୍ୱାସ୍ଥ୍ୟସମସ୍ୟା ସୁଧୁରି ଯାଇ ମାନସିକସ୍ଥିତି ଭଲ ରହିବ। ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ସାର୍ବଜନୀନ ଓ ବ୍ୟକ୍ତିଗତ ସମ୍ପର୍କରେ ବିକଶିତ ହେବାସହ ଆତ୍ମନିର୍ଭର ଶୀଳ ହେବେ। କାରବାରରେ ସ୍ଥିତି ଠିକ୍ ରହିବାଯୋଗେ ବ୍ୟବସାୟ ବଢାଇବାରେ ସମର୍ଥ ହେବେ। ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରି ହେବେ।

ବିଚ୍ଛା:-ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ଗୁରୁଜନ ମାନଙ୍କ ଆଦର ପାଇ ପରିବାର ମଧ୍ୟରେ ମୁଖ୍ୟତା ଲାଭ କରିବେ। ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ। ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍ ଓ ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ।

ଧନୁ:-ସେବାକାରୀ ମାନଙ୍କ ସହଯୋଗରେ ସମ୍ମ।ନ ଜନକ ସ୍ଥିତି ପରିଲକ୍ଷିତ ହେବ। ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବା ସହ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସଫଳ ହେବେ। ଜୀବନରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। ବ୍ୟବସାୟ କ୍ଷେତ୍ର ପ୍ରସାରିତ ହେବା ଫଳରେ ଆଶାତୀତ ଲାଭପାଇବେ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ ।

ମକର:-ସାମ୍ବାଦିକ ମାନଙ୍କର ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ଛାତ୍ରଛାତ୍ରୀ ମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବାସହ ବିଦ୍ୟା କ୍ଷେତ୍ରରେ ପ୍ରତିଭାର ବିକାଶ ହେବ। ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ସାହାଯ୍ୟ କରିବାକୁ ବାଧ୍ୟ ହେବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡି ପାରେ।

କୁମ୍ଭ:-ସରକାରୀ କାର୍ଯ୍ୟରେ ସଫଳତା ମିଳିବାସହ ବିଦେଶ ଯାତ୍ରାରେ ଲାଭବାନ୍ ହେବେ। ଜନସେବାଦ୍ଵାରା ସାମାଜିକ ସ୍ଥିତି ଓ ମାନସମ୍ମ।ନ ବଜାୟ ରହିବ। ଦୂରଯାତ୍ରାରେ ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟଲାଭ କରିବେ।

ମୀନ:-ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡି ପାରେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ