ଆଜି ଶପଥ ନେବେ ହେମନ୍ତ ସୋରେନ୍
ରାଞ୍ଚି- ଝାଡ଼ଖଣ୍ଡର ଆଜି ନୂତନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ନେତା ହେମନ୍ତ ସୋରେନ୍। ରାଞ୍ଚିର ମୋରବାଡ଼ି ପଡ଼ିଆରେ ଏହି ଶପଥ ଗ୍ରହଣ ଉତ୍ସବ ଆୟୋଜନ କରାଯାଇଛି। ରାଜ୍ୟପାଳ ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇବେ। ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ, କଂଗ୍ରେସ ନେତା ରାହୁଳ ଗାନ୍ଧୀ, କଂଗ୍ରେସର ସାଧାରଣ ସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା, ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଓ ଶିବସେନା ମୁଖ୍ୟ ଉଦ୍ଧବ ଥାକ୍ରେ, ସମାଜବାଦୀ ପାର୍ଟିର ଅଧ୍ୟକ୍ଷ ଅଖିଳେଶ ଯାଦବ, ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ କମଳନାଥ ଏବଂ ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ୍ ଏହି ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ବୋଲି ଜଣାପଡିଛି । ଏହା ସହିତ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ କମଳନାଥ ଏବଂ ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ୍ ଏହି ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ବୋଲି ଆଶା କରାଯାଉଛି।


