ଆଜି ଶୁକ୍ରବାର ଆପଣଙ୍କ ଦିନଟି କିପରି କଟିବ ଜାଣନ୍ତୁ ଆଜିର ରାଶିଫଳରୁ…
ମେଷ :-ଆଜି ଆପଣ ଆଶାବାଦୀ ହୋଇପାରନ୍ତି। ପିତା ମାତା ଗୁରୁଜନମାନଙ୍କର ସ୍ନେହ ଶ୍ରଦ୍ଧା ମିଳିବ। ବିଭିନ୍ନ ଦିଗରୁ ଧନାଗମ ହେବ। ପାରିବାରିକ ସୁଖ ମିଳିବ। ଆୟ ବୃଦ୍ଧି ହେବ। ମହିଳାମାନେ ପରିବାରରେ ଆଦର୍ଶ ବାଦି ହେବେ।ପ୍ରତିକାର ହନୁମାନଙ୍କୁ ଦର୍ଶନ କରନ୍ତୁ ତାଙ୍କ ସିନ୍ଦୂର ମଥାରେ ଲଗାନ୍ତୁ।
ବୃଷ :-ଆଜି ବିଳମ୍ବରେ ସମସ୍ତକାର୍ଯ୍ୟ ହାସଲ କରିବେ । ଲକ୍ଷ୍ୟ ସ୍ଥଳରେ ପହଞ୍ଚିବେ। ଉତ୍ତମ ପରାମର୍ଶ ମିଳିବ। ଧର୍ମ ପତ୍ନୀଙ୍କ ସାହାସ ପାଇ ଅସମ୍ପୂର୍ଣ୍ଣ କାର୍ଯ୍ୟ ଗୁଡ଼ିକୁ ସମ୍ପୁର୍ଣ୍ଣ କରିବେ। ମନସ୍କାମନା ପୂରଣ ହେବ। ସତ୍ସଙ୍ଗୀ ହେବେ। ଅର୍ଥ ମିଳିବ।ପ୍ରତିକାର ଶିବଙ୍କ ପାଖରେ ପାଞ୍ଚୋଟି ତ୍ରୀଶାଖା ବେଲପତ୍ର ମହାମୃତ୍ଯୁଞ୍ଜୟ ମନ୍ତ୍ରରେ ପ୍ରଦାନ କରନ୍ତୁ।
ମିଥୁନ :-ଆଜି ରୋଜଗାର ବୃଦ୍ଧି ହୋଇପାରେ। ଧୈର୍ଯ୍ୟ ଧରି ପାରିଲେ ସୁଫଳ ମିଳିବ। ଅଧିକ ଦାୟିତ୍ବ ବହନ କରିପାରନ୍ତି। କାର୍ଯ୍ୟରେ ବାଧା ଉପୁଜି ପାରେ। ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। କର୍ମକ୍ଷେତ୍ରରେ ପ୍ରତି ବନ୍ଧକ ଦେଖା ଦେଇପାରେ।ପ୍ରତିକାର କୈ।ଣସି ଅସହାୟ ବ୍ୟକ୍ତିକୁ କିଛି ଖାଦ୍ୟ ଖାଇବାକୁ ଦିଅନ୍ତୁ।
କର୍କଟ :-ଆଜି ଜମି-ଜମା ବାବଦ ବିବାଦ ବୃଦ୍ଧି ହୋଇପାରେ; ମାତ୍ର ଅବଶେଷରେ ବିଜୟୀ ହେବେ। ସୁଖ-ସମ୍ମାନ ଲାଭ କରିପାରନ୍ତି। କୌଶଳରେ କାର୍ଯ୍ୟ ହାସଲ କରିବେ। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ପ୍ରୀତି ଲାଭ ହେବ। ପ୍ରତିକାର ଗାଈକୁ କିଛି ଦୁବଘାସ ଖାଇବାକୁ ଦିଅନ୍ତୁ।
ସିଂହ :-ଆଜି କାର୍ଯ୍ୟକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଧର୍ମ-କର୍ମ ସଂପାଦନ କରି ପାରନ୍ତି। କର୍ମ କୁଶଳତା ପ୍ରକାଶ ପାଇବ। କର୍ମକ୍ଷେତ୍ରରେ ବିଜୟୀ ହେବେ। ସାମାଜିକ କ୍ଷେତ୍ରରେ କିଛିଟା ଉନ୍ନତି ସାଧନ ହୋଇପାରେ। ଦେବଦର୍ଶନ ଯୋଗରହିଛି । ପ୍ରତିକାର-ଓମ ନମଃ ଭଗବତେ ଶ୍ରୀ ସୂର୍ଯ୍ୟ ନାରାୟଣାୟ ଏହି ମନ୍ତ୍ରକୁ ଦଶଥର ଜପ କରନ୍ତୁ।
କନ୍ୟା :-ଆଜି ଯୋଗାଯୋଗରେ ପ୍ରଗତି ଘଟିବ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଯାତ୍ରାସମୟରେ ସତର୍କରେ ଚଳିବାକୁ ପଡ଼ିବ। ବିଭାଗୀୟ ଅର୍ଥ ପ୍ରାପ୍ତିର ସୂଚନା ମିଳୁୁଛି। ବିଦ୍ୟାର୍ଥିମାନେ ପଢାପଢିରେ ଏକାଗ୍ରତା ରଖି କୃତକାର୍ଯ୍ୟ ହେବେ।
ପ୍ରତିକାର ବୁଲା କୁକୁରକୁ କିଛି ଖାଦ୍ୟ ଖାଇବାକୁ ଦିଅନ୍ତୁ।
ତୁଳା :-ଆଜି କାର୍ଯ୍ୟରେ ଅବହେଳା କଲେ ଧନକ୍ଷୟ ହେବାର ସମ୍ଭାବନା ଅଛି। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ। ମିଥ୍ୟା ଅଭିଯୋଗ ପାଇଁ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ସ୍ୱାଭିମାନୀ ହେବେ। ପ୍ରତିକାର ଅଶ୍ୱତ୍ଥ ବୃକ୍ଷ ମୂଳରେ ରାଶି ତେଲର ଦୀପ ଟିଏ ପ୍ରଦାନ କରନ୍ତୁ।
ବିଛା :-ଆଜି ବନ୍ଧୁଙ୍କ ସାହାଯ୍ୟ ପାଇ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ତ୍ବରାନ୍ବିତ କରିବେ। ବ୍ୟବସାୟ ବାଣିଜ୍ୟରେ ଆୟ ବୃଦ୍ଧି ଘଟିବ। ଜୀବନ ସାଥିର ସାହାଯ୍ୟ ସହାନୁଭୂତି ମିଳିବ। ଶତୃମାନେ ପରାଜିତ ହେବେ। ଧର୍ମ ଦିଗରେ ମନୋନିବେଶ କରିବେ।କିଛି ଖାଦ୍ୟ କୁକୁରକୁ ଖାଇବାକୁ ଦିଅନ୍ତୁ।
ଧନୁ :-ଆଜି ଦୃଢ଼ ମନୋବଳ ନେଇ କାର୍ଯ୍ୟ ସମ୍ପାଦନ କରିବେ। ଦୀର୍ଘଦିନର ଆଶା ପୂର୍ଣ୍ଣ ହେବ। ଦେବ ଦର୍ଶନ କରିବାରେ ସୁଯୋଗ ଅଛି।ବସ୍ତ୍ର ଆଭୂଷଣ ଲାଭ ହେବ।କର୍ମତତ୍ପରତା ପ୍ରକାଶ ପାଇବ। ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ । ପ୍ରତିକାର ପିତା ମାତାଙ୍କ ପାଦ ସ୍ପର୍ଶ କରି ପ୍ରଣାମ କରନ୍ତୁ।
ମକର :-ଆଜି ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। । ଭ୍ରମଣ ଯୋଗ ଅଛି ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ମହିଳାମାନଙ୍କ କାର୍ଯ୍ୟ ପ୍ରଶଂସନୀୟ ହେବ। ଶାରୀରିକ ଯନ୍ତ୍ରଣାର ଅବସାନ ହେବ। ପ୍ରତିକାର ଗଣେଶଙ୍କ ଗାୟତ୍ରୀ ମନ୍ତ୍ରକୁ ୨୧ଥର ଜପ କରନ୍ତୁ।
କୁମ୍ଭ :-ଆଜି କେତେକ କ୍ଷେତ୍ରରେ ନିରବଦ୍ରଷ୍ଟା ସାଜିପାରନ୍ତି। ଭୟ ଓ ଆଶଙ୍କା ଲାଗି ରହି ଥିଲେ ବି ବହୁ ଶୁଭ ଫଳ ଆଶା କରାଯାଏ। ଖଳ ଲୋକଙ୍କୁ ଚିହ୍ନଟ କରି ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରନ୍ତି। ଉଦାର ଓ ଦାନଶୀଳ ହେବେ। ବ୍ୟବସାୟ ବାଣିଜ୍ୟରେ ଆୟ ବୃଦ୍ଧି ଘଟିବ।ପ୍ରତିକାର ମା ଲକ୍ଷ୍ମୀଙ୍କ ଗାୟତ୍ରୀ ମନ୍ତ୍ରକୁ ଦଶଥର ଜପ କରନ୍ତୁ।
ମୀନ :-ଆଜି ଏପରି କାର୍ଯ୍ୟ ନ କରନ୍ତୁ ଯୋଉଁ ଥିରେ କି ନିଜ ସୁନାମର ଆଞ୍ଚ ଆସିବ। ଭବିଷ୍ୟତ ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ। ସୁସ୍ଥ ଓ ନିରାମୟ ରହିବେ। ମାନସିକ ସ୍ତରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। କର୍ମ କ୍ଷେତ୍ରରେ ପଦୋନ୍ନତି ମିଳିପାରେ।ପ୍ରତିକାର ସାତୋଟି ଲବଙ୍ଗ ପାଖରେ ରଖନ୍ତୁ।