ଶ୍ରୀଜୀଉଙ୍କ ବନକଲାଗି ନୀତି
ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ ହୋଇଛି। ବନକଲାଗି ନୀତିର ବିଧି ଅନୁସାରେ ଶ୍ରୀଜୀଉଙ୍କର ଶ୍ରୀମୁଖ ଶୃଙ୍ଗାର କରାଯାଇଥିଲା। ଏହା ଏକ ଗୁପ୍ତ ସେବା। ବନକଲାଗି ନୀତିବେଳେ ସାଧାରଣ ଦର୍ଶନ ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ବନ୍ଦ ରହିଛି ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ମଧ୍ୟାହ୍ନ ଧୂପ ଓ ଭୋଗମଣ୍ଡପ ପରେ ଦତ୍ତ ମହାପାତ୍ର ସେବକଙ୍କ ଦ୍ୱାରା ବନକଲାଗି ବିଧି ଗୁପ୍ତସେବା ସମ୍ପାଦନ କରାଯାଇଛି । ଦ୍ୱିତୀୟ ଭୋଗ ମଣ୍ଡପ ପରେ ଅପରାହ୍ନ ୪ଟାରୁ ରାତି ୮ଟା ପର୍ୟ୍ୟନ୍ତ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରହିଥିଲା । କିନ୍ତୁ ଏହି ସମୟରେ ଶ୍ରଦ୍ଧାଳୁମାନେ ପାର୍ଶ୍ୱ ଦେବାଦେବୀଙ୍କୁ ଦର୍ଶନ କରିଥିଲେ।


