ଆଜି ସରିବ ଯୁକ୍ତ ତିନି ଆବେଦନ ଅବଧି, ଏପର୍ଯ୍ୟନ୍ତ ‌ମୋଟ ୧ଲକ୍ଷ ୧୦ ହଜାରରୁ ଊର୍ଦ୍ଧ୍ବ ଫର୍ମ ଭରିଛନ୍ତି

ଭୁବନେଶ୍ୱର,(ସମୀର ରଞ୍ଜନ ନାୟକ): ଦିନେ ଦୁଇ ଦିନ ଭିତରେ ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇବ । ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, ଯୁକ୍ତ ଦୁଇ ରେଜଲ୍ଟ ବାହାରିବାକୁ ଆଉ ବିଳମ୍ବ ହେବନି । ପିଲାମାନେ ବ୍ୟସ୍ତ ହୁଅନ୍ତୁ ନାହିଁ । ଯେହେତୁ ଆଜି ଯୁକ୍ତ ତିନି ଆବେଦନର ଶେଷ ତାରିଖ, ଉଚ୍ଚ ଶିକ୍ଷା ବିଭାଗକୁ ସମୟସୀମା ବୃଦ୍ଧି କରିବାକୁ ନିବେଦନ କରିବୁ ବୋଲି ଗଣଶିକ୍ଷା ମନ୍ତ୍ରୀ କହିଛନ୍ତିପିଲାମାନେ ବ୍ୟସ୍ତ ନହେବା ପାଇଁ ମନ୍ତ୍ରୀ କହିଛନ୍ତି। ସେପଟେ +୩ ନାମଲେଖା ପାଇଁ ଆବେଦନ ଅବଧି ବୃଦ୍ଧି ପାଇବ। ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସହ ଗଣଶିକ୍ଷା ମନ୍ତ୍ରୀ ଆବେଦନ ସମୟ ସୀମା ବୃଦ୍ଧି କରିବାକୁ ଆଲୋଚନା କରିଛନ୍ତି । ସମୟସୀମା ବୃଦ୍ଧି କରିବାକୁ ଉଚ୍ଚଶିକ୍ଷା ମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା ଜଣାପଡିଛି। ଆଜି ଯୁକ୍ତ-୩ ଆବେଦନର ଶେଷ ତାରିଖ ଥିଲା।ପ୍ରଥମେ ମେ’ ୧୫ରୁ ୨୦ ତାରିଖ ମଧ୍ୟରେ ପରୀକ୍ଷାଫଳ ପ୍ରକାଶ ପାଇବାର ଥିଲା। ଏପ୍ରିଲ ୨୮ରେ ଖାତା ଦେଖା ଶେଷ ହେବାକୁ ଥିବା ବେଳେ ଏପ୍ରିଲ ୩୦ ତାରିଖରେ ଖାତାଦେଖା ଶେଷ ହୋଇଥିଲା। ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁଁ କେତେକ ସ୍ଥାନରେ ଖାତା ଦେଖିବାକୁ ସେଣ୍ଟର ଆସିବାକୁ ସମସ୍ୟା ହୋଇଥିଲା। ଫଳରେ ସକାଳେ କି ସନ୍ଧ୍ୟାରେ ସେଣ୍ଟର ଖୋଲିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା।ଦିନେ ଦୁଇ ଦିନ ଭିତରେ ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇବ । ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, ଯୁକ୍ତ ଦୁଇ ରେଜଲ୍ଟ ବାହାରିବାକୁ ଆଉ ବିଳମ୍ବ ହେବନି । ପିଲାମାନେ ବ୍ୟସ୍ତ ହୁଅନ୍ତୁ ନାହିଁ । ଯେହେତୁ ଆଜି ଯୁକ୍ତ ତିନି ଆବେଦନର ଶେଷ ତାରିଖ, ଉଚ୍ଚ ଶିକ୍ଷା ବିଭାଗକୁ ସମୟସୀମା ବୃଦ୍ଧି କରିବାକୁ ନିବେଦନ କରିବୁ ବୋଲି ଗଣଶିକ୍ଷା ମନ୍ତ୍ରୀ କହିଛନ୍ତିପିଲାମାନେ ବ୍ୟସ୍ତ ନହେବା ପାଇଁ ମନ୍ତ୍ରୀ କହିଛନ୍ତି। ସେପଟେ +୩ ନାମଲେଖା ପାଇଁ ଆବେଦନ ଅବଧି ବୃଦ୍ଧି ପାଇବ। ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସହ ଗଣଶିକ୍ଷା ମନ୍ତ୍ରୀ ଆବେଦନ ସମୟ ସୀମା ବୃଦ୍ଧି କରିବାକୁ ଆଲୋଚନା କରିଛନ୍ତି । ସମୟସୀମା ବୃଦ୍ଧି କରିବାକୁ ଉଚ୍ଚଶିକ୍ଷା ମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା ଜଣାପଡିଛି। ଆଜି ଯୁକ୍ତ-୩ ଆବେଦନର ଶେଷ ତାରିଖ ଥିଲା।ସୂଚନାନୁଯାୟୀ ପ୍ରଥମେ ମେ’ ୧୫ରୁ ୨୦ ତାରିଖ ମଧ୍ୟରେ ପରୀକ୍ଷାଫଳ ପ୍ରକାଶ ପାଇବାର ଥିଲା। ଏପ୍ରିଲ ୨୮ରେ ଖାତା ଦେଖା ଶେଷ ହେବାକୁ ଥିବା ବେଳେ ଏପ୍ରିଲ ୩୦ ତାରିଖରେ ଖାତାଦେଖା ଶେଷ ହୋଇଥିଲା। ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁଁ କେତେକ ସ୍ଥାନରେ ଖାତା ଦେଖିବାକୁ ସେଣ୍ଟର ଆସିବାକୁ ସମସ୍ୟା ହୋଇଥିଲା। ଫଳରେ ସକାଳେ କି ସନ୍ଧ୍ୟାରେ ସେଣ୍ଟର ଖୋଲିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ