ଆଜି ସୋମବାର ଆପଣଙ୍କ ଦିନଟି କିପରି କଟିବ ଜାଣନ୍ତୁ ଆଜିର ରାଶିଫଳରୁ…

ମେଷ :-ଆଜି ଆପଣଙ୍କ ପାଇଁ ଦିନଟି ଶୁଭ ପ୍ରଦ ହେବ ।‌ଶାରୀରିକ ମାନସିକ ଅଭିବୃଦ୍ଧି ଘଟିବ।ବ୍ୟବସାୟରେ ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ। ମହିଳାମାନେ ପରିବାରରେ ଆଦରଣୀୟା ହେବେ ।ଛାତ୍ରଛାତ୍ରୀମାନେ ପ୍ରତିଯୋଗୀତାରେ ବିଜୟୀ ହେବେ ପ୍ରତିକାର ହନୁମାନଙ୍କ ସିନ୍ଦୂର ମଥାରେ ଲଗାନ୍ତୁ ହନୁମାନ ଚାଳିଶା ପାଠ କରନ୍ତୁ।

ବୃଷ :–ଆଜି କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରିଙ୍କର ସପୂର୍ଣ ସହଯୋଗ ମିଳିବ । ସାସଂରିକ ଜିବନ ସୁଖମୟ ହେବ ।ଶରିର ସୁସ୍ଥ ରହିବ ମାନସିକ ଦୁଶ୍ଚିନ୍ତା ଦୂର ହୋଇଯିବ ଛାତ୍ରଛାତ୍ରୀମାନେ ବିଦ୍ୟାରେ କୃତକାର୍ଯ୍ୟ ହେବେ ‌। ସାହିତ୍ୟ ସଙ୍ଗୀତ ଅଭିନୟ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିବ।ପ୍ରତିକାର ଚନ୍ଦନର ଟିକା ମଥାରେ ଲଗାନ୍ତୁ।

ମିଥୁନ :-ଆଜି ଆପଣଙ୍କୁ ସମସ୍ତ ଦିଗରେ ସଫଳତା ମିଳିବ ବ୍ୟବସାୟରେ ଲାଭବାନ ହେବେ । ପାରିବାରିକ ଶାନ୍ତି ମିଳିବ । କର୍ମ କ୍ଷେତ୍ରରେ ନୂତନ ସୁଯୋଗ ସୃଷ୍ଟି ହୋଇପାରେ । ମହିଳା ଓ ଛାତ୍ରଛାତ୍ରୀମାନେ ଦିନଟିକୁ ଆନନ୍ଦ ଉଲ୍ଲାସରେ ଅତିବାହିତ କରିବେ ।ପ୍ରତିକାର ବୁଲା କୁକୁରକୁ କିଛି ଖାଦ୍ୟ ଖାଇବାକୁ ଦିଅନ୍ତୁ।

କର୍କଟ :-ଆଜିି ସନ୍ତାନ ମାନଙ୍କ ଉନ୍ନତିକୁ ନେଇ ଗର୍ବ ଅନୁଭବ କରିବେ, ନୂତନ ବସ୍ତ୍ର ଆଭୂଷଣ ପ୍ରାପ୍ତିର ଯୋଗ ରହିଛି ।ଆର୍ଥିକ ଉନ୍ନତି ବୃଦ୍ଧି ପାଇବ । ମହିଳାମାନେ ପରିବାରରେ ଆଦରଣୀୟା ହେବେ । ଛାତ୍ରୀମାନେ ଆଶାନୁରୂପ ସଫଳତା ହାସଲ କରିବେ ‌ପ୍ରତିକାର ଓଁ ନମଃ ଶିବାୟ ମନ୍ତ୍ରରେ ଶିବଲିଙ୍ଗରେ ପାଞ୍ଚଟି ତ୍ରୀଶାଖା ବେଲପତ୍ର ଚଢାନ୍ତୁ।

ସିଂହ :–ଆଜିି ସମାଜିକ ସ୍ତରରେ ମାନ ସମ୍ମାନ ବୃଦ୍ଧି ପାଇବ । ଧନ ସଂଚୟ ପାଇଁ ଦିନଟି ଅନୁକୂଳ ରହିବ। କର୍ମ କ୍ଷେତ୍ରରେ ନୂତନ ଦାୟିତ୍ବ ମିଳିବାର ସମ୍ଭାବନା ରହିଛି । ମହିଳା ଓ ଛାତ୍ରମାନେ କର୍ମ ନିପୂଣ ହେବେ ।ଶରିର ସୁସ୍ଥ ରହିବ, ସୁସ୍ବାଦୁ ଭୋଜନ ମିଳିବ।ପ୍ରତିକାର ଓଁ ଘୃଣି ସୂର୍ଯ୍ଯାୟ ନମଃ ଏହି ମନ୍ତ୍ରରେ ସୂର୍ଯ୍ୟଙ୍କୁ ଅର୍ଘ୍ୟ ପ୍ରଦାନ କରନ୍ତୁ।

କନ୍ୟା :-ଆଜି ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ।, ସାଂସାରିକ ଜୀବନକୁ ନେଇ ଚିନ୍ତିତ ରହିବେ।ରାଜନୈତିକ କ୍ଷେତ୍ରରେ ଥିଲେ ଜନ କଲ୍ୟାଣ କାର୍ଯ୍ୟରେ ବ୍ୟସ୍ତ ରହିବେ। ମହିଳାମାନେ ହସ ଖୁସିରେ ଦିନଟି ଅତିବାହିତ କରିବେ । ଛାତ୍ର ଛାତ୍ରୀମାନେ ପରୀକ୍ଷାରେ କୃତକାର୍ଯ୍ୟ ହେବେ।ପ୍ରତିକାର ତୁଳସୀ ମୂଳେ ଜଳ ପ୍ରଦାନ କରନ୍ତୁ।

ତୁଳା :-ଆଜି କର୍ମକ୍ଷେତ୍ରରେ ସତର୍କତା ଅବଲମ୍ବନ କରନ୍ତୁ ନହେଲେ କିଛି କ୍ଷତି ସହିବାକୁ ପଡିପାରେ ‌। ବହୁଦିନରୁ ଲାଗିରହିଥିବା ମାଲିମକୋଦମାର ସମାଧାନ ହୋଇ ପାରେ। କୃଷି କ୍ଷେତ୍ରରେ ଉନ୍ନତି କରିବେ। ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ।ପ୍ରତିକାର ଗୁଡ ରୁଟି ମିଶାଇ ଗାଈକୁ ଖାଇବାକୁ ଦିଅନ୍ତୁ।

ବିଛା :-ଆଜି ଦିନଟି ହସ ଖୁସିରେ ଅତିବାହିତ କରିବେ। ଆର୍ଥିକ ଅଭିବୃଦ୍ଧିବୃଦ୍ଧି ଘଟିବ । କର୍ମ କ୍ଷେତ୍ରରେ ପଦୋନ୍ନତି ପାଇବେ। ସାହିତ୍ୟ ସଙ୍ଗୀତ ଅଭିନୟ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିବ।ପ୍ରତିକାର କୈାଣସି ଅସହାୟ ବ୍ୟକ୍ତିକୁ କିଛି ଖାଦ୍ୟ ଖାଇବାକୁ ଦିଅନ୍ତୁ।

ଧନୁ :-ଆଜି ଦିନଟି ସୁଖ ଓ ଶାନ୍ତିରେ ଅତିବାହିତ ହେବ । କର୍ମ କ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବ । ମହିଳା ଓ ଛାତ୍ରଛାତ୍ରୀମାନେ ଆନନ୍ଦ ଉଲ୍ଲାସରେ ଦିନଟି କାଟିବେ ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ ‌।ପ୍ରତିକାର ହଳଦୀ ରଙ୍ଗର ରୁମାଲ ବ୍ୟବହାର କରନ୍ତୁ।

ମକର :-ଆଜି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ଯୋଗୁଁ ରକ୍ତଚାପ ବୃଦ୍ଧି ପାଇପାରେ।ବ୍ୟବସାୟରେ ଲାଭ କମ ହେବ । ଆୟ ତୁଳନାରେ ବ୍ଯୟ ଅଧିକ ହୋଇଯିବ। ଗୁପ୍ତ ଶତୃମାନେ ପରାଜିତ ହେବେ।ପ୍ରତିକାର ସାତଟି ନୀଳ ଅପରାଜିତା ଫୁଲ ମା କାଳୀଙ୍କୁ ଚଢାନ୍ତୁ।

କୁମ୍ଭ :-ଆଜି କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ।ମହିଳାମାନେ ପାରିବାରିକ ପରିବେଶରେ ନିଜର ସ୍ଥିତି ସୁଦୃଢ କରିବେ । ବିଦ୍ୟାର୍ଥିମାନେ ପଢାପଢିରେ ଏକାଗ୍ରତା ରଖି କୃତକାର୍ଯ୍ୟ ହେବେ।ପ୍ରତିକାର ଓଁ ନମଃ ଶିବାୟ ଏହି ମନ୍ତ୍ରକୁ ୨୭ଥର ଜପ କରନ୍ତୁ ।

ମୀନ :-ଆଜି ଦେହ ମନ ଭଲ ରହିବ, ଉଚ୍ଚ କତୃପକ୍ଷଙ୍କ ସାହାଯ୍ୟ ସହଯୋଗ ପାଇବାରୁ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ତ୍ବରାନ୍ବିତ କରି ଶେଷ ପର୍ଯ୍ୟାୟରେ ପହ଼଼ଞ୍ଚାଇବେ।
କର୍ମ କ୍ଷେତ୍ରରେ ସଫଳତା ମିଳିବ । ମହିଳାମାନେ ଗୃହ କାର୍ଯ୍ୟରେ ନିମଗ୍ନ ରହିବେ। ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳତା ହାସଲ କରିବେ ।ପ୍ରତିକାର ପ୍ରଭୁ ଜଗନ୍ନାଥଙ୍କ ପାଖରେ ଘୃତ ଦୀପ ଟିଏ ଜାଳନ୍ତୁ ପ୍ରଭୁଙ୍କୁ ସ୍ମରଣ କରି ବାହାରକୁ ଯାଆନ୍ତୁ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ