ଆଜି ସୋମବାର ଆପଣଙ୍କ ଦିନଟି କିପରି କଟିବ ଜାଣନ୍ତୁ ଆଜିର ରାଶିଫଳରୁ…

ମେଷ :-ଆଜି ଦିନଟି ଆପଣଙ୍କ ସ୍ବାସ୍ଥ୍ୟ ଭଲରହିବ। ପୂଜାର୍ଚନା ପାଇଁ ଅନୁକୁଳ ରହିବ। ପୂର୍ବର ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି ପ୍ରୟାସ କରିବେ ଏବ˚ ସଫଳ ହେବେ। ମହିଳାମାନେ ଘରେ ବାହାରେ ସବୁଠି ଆଦର ସମ୍ମାନ ପାଇବେ। ପ୍ରତିକାର ଅଶୁଭତ୍ବକୁ ଖଣ୍ଡନ ପାଇଁ ଶୁଭ ଫଳ ପାଇବା ପାଇଁ ହନୁମାନ ଚାଳିଶା ପାଠ କରନ୍ତୁ ।

ବୃଷ :-ଆଜି ସମସ୍ତ ଦିଗରେ ସଫଳତା ହାସଲ କରିବେ ନିଜ ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହାୟତାରେ ବାକି ରହିଥିବା କାର୍ଯ୍ୟ କରି ପ୍ରଶଂସିତ ହେବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ।ପ୍ରତିକାର ଅଶୁଭତ୍ବକୁ ଖଣ୍ଡନ ପାଇଁ ଶୁଭ ଫଳ ପାଇବା ପାଇଁ ଶ୍ରୀ ସୁକ୍ତ ପାଠ କରନ୍ତୁ ।

ମିଥୁନ :-ଆଜି ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ। ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି। ପଇସା ଯେମିତି ଆସିବ; ସେମିତି ଖର୍ଚ୍ଚ ହୋଇଯିବ। ଅଫିସ୍‌ରେ ମହତ୍ତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ ହେବ। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ। ପ୍ରତିକାର ବିଷ୍ଣୁ ସହସ୍ରନାମ ପାଠ କରନ୍ତୁ।

କର୍କଟ :-ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ। ବିଦେଶରେ ଚାକିରି ପାଇଁ ପ୍ରୟାସ କରୁଥିବା ବ୍ୟକ୍ତିଙ୍କୁ ଶୁଭ ସ˚କେତ ମିଳିପାରେ। ହୋଟେଲ ଓ ଖୁଦ୍ର ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ।ପ୍ରତିକାର ଅଶୁଭତ୍ବକୁ ଖଣ୍ଡନ ପାଇଁ ଶୁଭ ଫଳ ପାଇବା ପାଇଁ ରାମ ରକ୍ଷା ସ୍ତୋତ୍ର ପାଠ କରନ୍ତୁ ।

ସି˚ହ :-ଆଜି ନିଜର ଦକ୍ଷତା ଯୋଗ୍ୟତାକୁ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଉଚ୍ଚ କତୃପକ୍ଷ ଆପଣଙ୍କ କାର୍ଯ୍ୟରେ ଖୁସି ଅନୁଭବ କରିବେ। ସଫଳତାର ଶିଖର ଆଡ଼କୁ ଅଗ୍ରସର ହେବେ। ଆୟ ବୃଦ୍ଧି ହେବ। ବନ୍ଧୁବାନ୍ଧବଙ୍କ ସହିତ ଖୁସି ବାଣ୍ଟିବେ। ସ୍ବାଦିଷ୍ଠ ଭୋଜନ ମିଳିବ। ସ୍ବାସ୍ଥ୍ୟ ପ୍ରତି ଟିକେ ଧ୍ଯାନ ଦିଅନ୍ତୁ। ପ୍ରତିକାର ଅଶୁଭତ୍ବକୁ ଖଣ୍ଡନ ପାଇଁ ଶୁଭ ଫଳ ପାଇବା ପାଇଁ ଆଦିତ୍ୟ ହୃଦୟ ସ୍ତୋତ୍ର ପାଠ କରନ୍ତୁ ।

କନ୍ୟା :-ଆଜି ନିଜର ମିଷ୍ଟ ବ୍ୟବହାରରେ ସବୁ କାମ କରିନେବେ। କର୍ମକ୍ଷେତ୍ରରେ ଆପଣଙ୍କୁ କୌଣସି ବଡ଼ ଦାୟିତ୍ବ ମିଳିବ। ପୂର୍ବର ସମସ୍ଯା ଦୂର ହୋଇଯିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।କଳା ଅଭିନୟ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିବ ।ପ୍ରତିକାର ଅଶୁଭତ୍ବକୁ ଖଣ୍ଡନ ପାଇଁ ଶୁଭ ଫଳ ପାଇବା ପାଇଁ କୁଞ୍ଜିକା ସ୍ତୋତ୍ର ପାଠ କରନ୍ତୁ ।

ତୁଳା :-ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଆପଣଙ୍କୁ କେହି ବନ୍ଧୁତାର ହାତ ବଢ଼ାଇବେ। ବିଦ୍ୟୁତ୍ ଓ ବଡ ବ୍ୟବସାୟୀମାନେ ନୂଆ ଡିଲ୍‌ କରିପାରନ୍ତି। ଯାନ ବାହନ କିଣିବା ଲାଗି ମନ ବଳିବ। ଶାରୀରିକ ମାନସିକ ପାରିବାରିକ ଅଭିବୃଦ୍ଧି ଘଟିବ।ପ୍ରତିକାର ଅଶୁଭତ୍ବକୁ ଖଣ୍ଡନ ପାଇଁ ଶୁଭ ଫଳ ପାଇବା ପାଇଁ ଦୁର୍ଗା ସପ୍ତ ଶ୍ଳୋକି ପାଠ କରନ୍ତୁ ।ପ୍ରତିକାର ଅଶୁଭତ୍ବକୁ ଖଣ୍ଡନ ପାଇଁ ଶୁଭ ଫଳ ପାଇବା ପାଇଁ ମା ଲକ୍ଷ୍ମୀଙ୍କ ଗାୟତ୍ରୀ ମନ୍ତ୍ରକୁ ଦଶଥର ଜପ କରନ୍ତୁ ।

ବିଛା :-ଆଜି କୌଣସି କାର୍ଯ୍ୟକୁ ନୂଆ କରି ମୂଳରୁ ଆରମ୍ଭ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। ଆଇନକାନୁନ ମାମଲାର ସହଜରେ ସମାଧାନ ହୋଇଯିବ। ପ୍ରେମ କ୍ଷେତ୍ରରେ ସଫଳତା ମିଳିବ ହସ ଖୁସିରେ ଦିନଟି ଅତିବାହିତ କରିବେ।ପ୍ରତିକାର ଅଶୁଭତ୍ବକୁ ଖଣ୍ଡନ ପାଇଁ ଶୁଭ ଫଳ ପାଇବା ପାଇଁ ନବ ଗ୍ରହ ସ୍ତୋତ୍ର ପାଠ କରନ୍ତୁ।

ଧନୁ :-ଆର୍ଥିକ ଲାଭ ପାଇଁ ଭଲ ଦିନଟି ଅନୁକୂଳ ରହିବ। ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ,କୌଣସି କାମରୁ ଯଥେଷ୍ଟ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବା ଲାଗି ବଜାରକୁ ଯିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହିତ ହସଖୁସିରେ ସମୟ କଟିବ।
ପ୍ରତିକାର ଅଶୁଭତ୍ବକୁ ଖଣ୍ଡନ ପାଇଁ ଶୁଭ ଫଳ ପାଇବା ପାଇଁ ହନୁମାନ ଚାଳିଶା ପାଠ କରନ୍ତୁ ।

ମକର :-ପରିବାରରେ ଏକତା ଓ ପ୍ରେମ ବଢ଼ିବ। ସ୍ଥଗିତ ଥିବା କାମ ପୂରା କରିବାରେ ସହଯୋଗୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। ବିଦ୍ୟାର୍ଥିମାନେ ପଢାପଢିରେ ଆଗ୍ରହ ବଢିବ । ଦେହ ମନ ସୁସ୍ଥ ରହିବ। ପିତା ମାତାଙ୍କ ସ୍ନେହ ଆଶ୍ରିର୍ବାଦ ଲାଭ କରିବେ।ପ୍ରତିକାର ଅଶୁଭତ୍ବକୁ ଖଣ୍ଡନ ପାଇଁ ଶୁଭ ଫଳ ପାଇବା ପାଇଁ ଶିବ ପଞ୍ଚାକ୍ଷର ମନ୍ତ୍ର ପାଠ କରନ୍ତୁ

କୁମ୍ଭ :-ଆଜି ଆପଣଙ୍କୁ ସଫଳତା ମିଳିବ।ବ୍ୟବସାୟ କରୁଥିବା ବ୍ୟକ୍ତିବିଶେଷ ଆଜି ବଡ଼ ଡିଲ୍‌ କରିବେ। ପାରିବାରିକ ଜୀବନ ସୁଖପ୍ରଦ ହେବ। ଗୁପ୍ତ ଶତୃମାନେ ପରାଜିତ ହେବେ। ଛାତ୍ର ଛାତ୍ରୀମାନେ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ସୁସମାଚାର ପାଇ ମନ ପ୍ରଫୁଲ୍ଲିତ ରହିବ।ପ୍ରତିକାର ଅଶୁଭତ୍ବକୁ ଖଣ୍ଡନ ପାଇଁ ଶୁଭ ଫଳ ପାଇବା ପାଇଁ ମହା ମୃତ୍ୟୁଞ୍ଜୟ ମନ୍ତ୍ରକୁ ଦଶଥର ଜପ କରନ୍ତୁ

ମୀନ :-ଆଧ୍ଯାତ୍ମିକ କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ। କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢ଼ିବେ। ଚାକିରି ସମ୍ବନ୍ଧୀୟ ଖୁସି ଖବର ମିଳିବ। ପାରିବାରିକ ଜୀବନ ସୁଖପ୍ରଦ ହେବ।ପ୍ରତିକାର ଅଶୁଭତ୍ବକୁ ଖଣ୍ଡନ ପାଇଁ ଶୁଭ ଫଳ ପାଇବା ପାଇଁ ଗାୟତ୍ରୀ ମନ୍ତ୍ରକୁ ଦଶଥର ଜପ କରନ୍ତୁ

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ