ଆଜି ସୋମବାର (୩୦.୦୬.୨୦୨୫) ଆପଣଙ୍କ ଦିନଟି କିପରି କଟିବ ଜାଣନ୍ତୁ ଆଜିର ରାଶିଫଳରୁ…

ମେଷ :- ପରିବାର ସହ ଯାତ୍ରାରେ ସଫଳତା ହାସଲ କରିପାରିବେ । ଆପଣଙ୍କ ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ । ନୂଆ ବ୍ୟବସାୟ ନିର୍ମାଣରେ ଅଗ୍ରଗତି କରିବେ । ଗୁରୁତ୍ୱପୂର୍ଣ୍ଣ କାମଟିକୁ କରିନପାରି ଦୁଃଖ ଅନୁଭବ କରିପାରନ୍ତି। ଆପଣ ମନ ବୁଝିଲା ଭଳି କଥା କହି ଅନ୍ୟମାନଙ୍କୁ ଆପଣେଇ ନେବେ । କ୍ରୀଡ଼ାକ୍ଷେତ୍ରରେ ପ୍ରଶଂସିତ ହେବେ ।

ବୃଷ :- କର୍ମକ୍ଷେତ୍ରରେ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି । ପରିବାରରେ ସମସ୍ତଙ୍କ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ରଖନ୍ତୁ ନଚେତ୍ ହଇରାଣ ହେବେ । ଶୁଣା କଥାକୁ ବିଶ୍ୱାସ କଲେ ବହୁ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଆଇନ ଅଦାଲତରେ ସ୍ଥଗିତ କାମ ସମ୍ପୂର୍ଣ୍ଣ ହୋଇପାରିବ ।

ମିଥୁନ :- ବନ୍ଧୁଙ୍କ ସାହାଯ୍ୟ ସହେଯାଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ୱିତ କରିବେ । କର୍ମ କ୍ଷେତ୍ରରେ ଏକାଧୀକ କାମ ହାତକୁ ନେଇ ବ୍ୟସ୍ତବିବ୍ରତ ହୋଇପାରନ୍ତି । ଛାତ୍ରଛାତ୍ରି ମାନେ ପଢାରେ ପ୍ରଂଶସିତ ହେବେ । ସରକାରୀ କ୍ଷେତ୍ରରୁ ଉପକୃତ ହୋଇପାରିବେ । ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ ।

କର୍କଟ :- କର୍ମକ୍ଷେତ୍ରରେ ବିଭିନ୍ନ ଦିଗରୁ ଲାଭବାନ ହେବେ । ଅଟକି ଥିବା ସମସ୍ୟାର ସମାଧାନ ପାଇଁ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । ବିଦ୍ୟାର୍ଥୀ ମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ କରିବେ । ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖାଦେଇପାରେ । ରାଜନୀତି କ୍ଷେତ୍ରରେ ଶୁଭ ଫଳ ମିଳିବ ।

ସିଂହ :- ଆପଣଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ହେବାର ଦେଖାଯିବ । ଭୁଲ୍ ବୁଝାମଣା ହେତୁ ଟିକିଏ ଟିକିଏ କଥାରେ ପରିବାରରେ କଳହ ଲାଗିପାରେ। ବୈବାହିକ ବନ୍ଧନରେ ବାନ୍ଧି ହୋଇପାରନ୍ତି । ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ। ଛାତ୍ର ଛାତ୍ରୀ ମାନେ ପଢାରେ ମନଯୋଗ ରଖି ପାରିବେ ନାହିଁ । ମାଲିମକଦ୍ଦମାରେ ବିଜୟ ପ୍ରାପ୍ତିର ଆଶା କରିବେ ।

କନ୍ୟା :- କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ବ୍ୟବସାୟୀ ମାନେ ନଗଦ କାରବାର ରେ ଅଧିକ ଲାଭପ୍ରଦ ହେବେ । ଧର୍ମ ର୍କାର‌୍ୟ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲାଭ କରିବେ । ପାରିବାରିକ ଜୀବନ ସୁଖ ମୟ ହେବ । ପ୍ରଶାସନିକ ସ୍ତରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ।

ତୁଳା :- ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। ବିଦେଶରେ ଥିବା ସମ୍ପର୍କୀୟଙ୍କ ଠାରୁ ଆର୍ଥିକ ସହାୟତା ପାଇବେ ସାହିତ୍ୟ, ସଙ୍ଗୀତ ଓ ଆନୁଷ୍ଠାନିକ କାମରେ ସମସ୍ୟା ସମାଧାନ ହେବ। ମାଲି ମକଦ୍ଦମା, ତର୍କବିତର୍କ, ସଭା ସମିତି, ସଙ୍ଗଠନ, ନିର୍ମାଣ, ପରିବହନ କ୍ଷେତ୍ରରୁ ଶୁଭଫଳ ପାଇବେ ।

ବିଛା :- ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସମ୍ପର୍କ ରହିବ । ବହୁତ ଦିନରୁ ଭଲ ସମ୍ପର୍କ ନଥିବା ଭ୍ରାତୃ ସମ୍ପର୍କରେ ଉନ୍ନତି ଘଟିବ । ପିତା ମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ରାଜନୈତିକ ସ୍ଥିତି ମଜଭୁତ ରହିବା ସାଙ୍ଗକୁ ସାମାଜିକ ପ୍ରତିଷ୍ଠା ବଢ଼ିବ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତୀ ହୋଇପାରନ୍ତି ।

ଧନୁ :- ବିଦେଶରେ କାମ କରି ଆପଣଙ୍କ ବୃତ୍ତିକୁ ଆଗକୁ ବଢାଇବେ । ଦାମ୍ପତ୍ୟ ସମ୍ବନ୍ଧରେ ମିଷ୍ଟତା ଭରି ରହିବ । ଆନୁଷ୍ଠାନିକ କ୍ଷେତ୍ର କିମ୍ବା ସାଂସ୍କୃତିକ କାର‌୍ୟ୍ୟକ୍ରମରୁ ଅର୍ଥ ଓ ସମ୍ମାନ ଲାଭ ଯୋଗ ରହିଛି । ସନ୍ତାନଙ୍କ ପାଇଁ ମନ ଉଦ୍ବେଗ ରହିବା ଫଳରେ ମାନସିକ ଅସ୍ଥିରତା ଭିତରେ ରହିବେ । ସ୍ୱଚ୍ଛାକୃତ ଭାବରେ ଏକ ମହତ୍ତ୍ୱପୂର୍ଣ୍ଣ କାମରେ ଅର୍ଥ ବ୍ୟୟ କରିପାରନ୍ତି ।

ମକର :- ବନ୍ଧୁଙ୍କ ସହଯାଗରେ କେତେକ ସମସ୍ୟାର ସମାଧାନ ହେବ । ଧନ ଆଦାନ ପ୍ରଦାନରେ ମନମୁତାବକ ଲାଭବାନ୍ ହେବାର ସମ୍ଭାବନା ଅଛି । ସବୁକଥାକୁ ଭଲରୂପେ ବିଚାରକରି ଆଗକୁ ବଢ଼ିବା ଉଚିତ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ ।

କୁମ୍ଭ :- କିଛି ଆର୍ଥିକ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଧୀରେ ଧୀରେ ଧନ ସଂଗ୍ରହରେ ବୃଦ୍ଧି ଘଟିବ । ପ୍ରତ୍ୟେକ କ୍ଷେତ୍ରରେ ଦେଖିଚାହିଁ କାମ ନ କଲେ ପରିସ୍ଥିତି ଜଟିଳତା ଆଡ଼କୁ ଗତି କରିପାରେ। ପିଲାମାନଙ୍କ ସକାଶେ ଥିବା ସମସ୍ୟାକୁ ଦୂରେଇବାରେ ସମର୍ଥ ହେବେ । କଳା କ୍ଷେତ୍ରରେ ଥିବା ଲୋକଙ୍କୁ ଉନ୍ନତିର ନୂଆ ମାର୍ଗ ମିଳିବ

ମୀନ :- ବ୍ୟବସାୟ ପାଇଁ ଦୂରଯାତ୍ରାର ସୁଯୋଗ ପାଇ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ । ପାଖ ପଡ଼ୋଶୀମାନେ ସହଯୋଗର ହାତ ବଢ଼ାଇପାରନ୍ତି। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ବୃଦ୍ଧି ପାଇବ । ବହୁ ଲୋକଙ୍କ ର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ । ଦୂର ଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ