ଆଜି ୧୬ ଜିଲ୍ଲାରୁ ୨୨୫ ଆକ୍ରାନ୍ତ

ଭୁବନେଶ୍ୱର: ଶନିବାର ରାଜ୍ୟରେ ସର୍ବାଧିକ ୨୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୬ଟି ଜିଲ୍ଲାରୁ ଏହି ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରୁ ୧୯୬ ଜଣ କ୍ୱାରେଣ୍ଟାଇନରୁ ଓ ୨୯ ଜଣ ଲୋକାଲ କେସ ବୋଲି ଜଣାଯାଇଛି । କଟକ ଜିଲ୍ଲାରୁ ଆଜି ସର୍ବାଧିକ ୯୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗଞ୍ଜାମ ୨୦, ଖୋର୍ଦ୍ଧା ୧୯, କନ୍ଧମାଳ ୧୫, ପୁରୀ ୧୫, ଜଗତସିଂହପୁର ୧୩, ବଲାଙ୍ଗୀର ୧୨, ମୟୂରଭଞ୍ଜ ୯, ନୟାଗଡ଼ ଓ ଢେଙ୍କାନାଳରୁ ୭ ଲେଖାଏଁ, ଭଦ୍ରକ ୫, କେନ୍ଦ୍ରାପଡ଼ା ୪ , କଳହାଣ୍ଡି ୩, ବାଲେଶ୍ୱର ୨, ଅନୁଗୁଳ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି ।
ଫଳରେ ରାଜ୍ୟରେ ଏବେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ହଜାର ୭୨୩କୁ ବୃଦ୍ଧି ପାଇଛି । ଏହାଛଡ଼ା ମୋଟ ଆକ୍ଟିଭ କେସ ୧୨୩୬ ଥିବାବେଳେ ୨୪୭୪ ଜଣ ସୁସ୍ଥ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ପ୍ରକାଶ । ଅପରପକ୍ଷରେ ୧୦ ଜଣଙ୍କର ମୃତ୍ୟୁ ଘଟିଛି। କରୋନା ବ୍ୟତୀତ ଅନ୍ୟ ରୋଗରେ ତିନି ପୀଡ଼ିତଙ୍କର ବି ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ପ୍ରକାଶ ଯେ, ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ଜିଲ୍ଲାରେ ପ୍ରବେଶ କରିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । କରୋନାର ଗତିରେ ଓଡ଼ିଶା ଫେରନ୍ତା ପ୍ରବାସୀମାନେ ସାମିଲ ହେବା ଫଳରେ ନିଆଁରେ ଘିଅ ଢାଳିବା ସଦୃଶ ମହାମାରୀ ବ୍ୟାପିବାରେ ଲାଗିଛି । ପ୍ରବାସୀମାନେ ଏବେ କରୋନା ଭୂତାଣୁକୁ ସାଙ୍ଗରେ ଆଣି ଆସିଥିବାରୁ ସେମାନଙ୍କୁ କିଭଳି ଠିକଣା ସମୟରେ ଚିହ୍ନଟ କରାଯିବ ଓ ସଙ୍ଗରୋଧରେ ଶୃଙ୍ଖଳିତଭାବେ ରଖାଯିବ ତାହା ରାଜ୍ୟ ସରକାରଙ୍କ ପାଇଁ କଷ୍ଟକର ବ୍ୟାପାର ହୋଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ