ଆଜି ୨୧୮ ପଜିଟିଭ୍ ଚିହ୍ନଟ
ଭୁବନେଶ୍ବର : ରାଜ୍ୟରେ ଆଜି ୨୧୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏନେଇ ସୂଚନା ପ୍ରଦାନ କରାଯାଇଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୧୯୮ ଜଣ ଚିହ୍ନଟ ହୋଇଥିବାବେଳେ ୨୦ଟି ଲୋକାଲ କେସ୍ ରହିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬ ହଜାର ୧୮୦କୁ ବୃଦ୍ଧି ହୋଇଛି । ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୮୬୫ଜଣ । ସେହିପରି ସୁସ୍ଥ ହୋଇଛନ୍ତି ୪୨୯୧ଜଣ । ରାଜ୍ୟରେ କରୋନା ଯୋଗୁଁ ମୃତ୍ୟବରଣ କରିଛନ୍ତି ୧୭ଜଣ । ସେହିପରି ୭ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।