ଆଜି ୨୪ ଘଣ୍ଟିଆ ଭାରତ ବନ୍ଦ

ଭୁବନେଶ୍ବର: ୧୨ ଦଫା ଦାବିରେ କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନର ଆହ୍ବାନ କ୍ରମେ ରାଜ୍ୟରେ ବୁଧବାର ୨୪ ଘଣ୍ଟିଆ ଭାରତ ବନ୍ଦ ପାଳନ କରାଯାଉଛି। ଏହି ବନ୍ଦକୁ କଂଗ୍ରେସ ସମେତ ଅନ୍ୟ କେତେକ ସଂଗଠନ ସମର୍ଥନ କରୁଥିବାବେଳେ ବୁଧବାର ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ରାସ୍ତାରୋକୋ ଆନ୍ଦୋଳନ ଆରମ୍ଭ ହୋଇଯାଇଛି। ଗୃହ ବିଭାଗର ସ୍ବତନ୍ତ୍ର ସଚିବ ସନ୍ତୋଷ ବାଲା ଏକ ବିଜ୍ଞପ୍ତିରେ କହିଛନ୍ତି ଯେ ଭାରତ ବନ୍ଦ ଦ୍ବାରା ଗାଡ଼ି ଓ ଟ୍ରେନ୍ ଚଳାଚଳ, ବାଣିଜ୍ୟ ପ୍ରତିଷ୍ଠାନ ପ୍ରଭାବିତ ହେବ। ସରକାରୀ କ।ର୍ଯ୍ୟ।ଳୟ, ଶିକ୍ଷାନୁଷ୍ଠାନ, ବ୍ୟାଙ୍କ ବି ପ୍ରଭାବିତ ହେବାର ଆଶଙ୍କା ରହିଛି। ତେଣୁ ଆଇନ ଶୃଙ୍ଖଳା ପରିସ୍ଥିତିକୁ ଏଡ଼ାଇବା ପାଇଁ ବିହିତ ପଦକ୍ଷେପ ଗ୍ରହଣ କରିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦେଶ ଦିଆଯାଇଛି। ସକାଳ ୯ଟା ୩୦ ସୁଦ୍ଧା ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀ କ।ର୍ଯ୍ୟ।ଳୟରେ ପହଞ୍ଚିବାକୁ ହେବ। ଲୋକସେବା ଭବନ, ଖାରବେଳ ଭବନ, ରାଜୀବ ଭବନ ଆଦି ପ୍ରମୁଖ କ।ର୍ଯ୍ୟ।ଳୟରେ କ।ର୍ଯ୍ୟରତ ଅଧିକାରୀ ଓ କର୍ମଚାରୀ ସକାଳ ସାଢ଼େ ୯ଟା ସୁଦ୍ଧା ପହଞ୍ଚିବେ। ସମ୍ମୁଖ ଫାଟକ ୧୦ଟା ୧୫ ମିନିଟ୍ ରେ  ବନ୍ଦ ହେବ । କର୍ମଚାରୀମାନେ ପଛପଟ ଫାଟକ ଦେଇ ଯା’ ଆସ କରିବେ । ଏଠାରେ ଉପଯୁକ୍ତ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ। କମିସନରେଟ୍ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଭୁବନେଶ୍ବରରେ ୧୫ ପ୍ଲାଟୁନ୍ ଫୋର୍ସ ସହ ଷ୍ଟ୍ରାଇକିଂ ଫୋର୍ସ ମୁତୟନ କରାଯିବାକୁ ନିଷ୍ପତ୍ତି ହୋଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ