ଆଞ୍ଚଳିକ କୃଷି ଉଚ୍ଚ ବିଦ୍ୟାଳୟର ବାର୍ଷିକୋତ୍ସବ

ବୁଗୁଡା,(ଯୁଗାବ୍ଦ ନ୍ୟୁଜ୍‌): ବୁଗୁଡା ବ୍ଲକ ଅନ୍ତର୍ଗତ  ପଙ୍କଳବାଡ଼ି ଆଞ୍ଚଳିକ କୃଷି ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଦିନ ଅନୁଷ୍ଠିତ ହୋଇଯାଇଛି। ବାର୍ଷିକୋତ୍ସବକୁ ପୋଲସରା ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ଉଦଘାଟନ କରିଥିଲେ। ଶିକ୍ଷାନୁଷ୍ଠାନର ପ୍ରଧାନ ଶିକ୍ଷକ ରାଜେନ୍ଦ୍ର କୁମାର ସାହୁ ଏହି ଉତ୍ସବରେ ଅଧ୍ୟକ୍ଷତା କରିଥିବା ବେଳେ ସମ୍ମାନୀତ ଅତିଥି ଭାବେ ବୁଗୁଡା ବିଡ଼ିଓ ତନ୍ମୟ କୁମାର ପାତ୍ର, ବୁଗୁଡା ତହସିଲଦାର ସଂଗ୍ରାମ କେଶରୀ ଜେନା, ବୁଗୁଡା ଏବିଇଓ ପୀତାମ୍ବର ବିଷୋୟୀ, ପାଙ୍ଗିଡି ସରପଞ୍ଚ ସୁଶାନ୍ତ କୁମାର ଆପଟ,ସମତ ସଭ୍ୟ କୃଷ୍ଣଚନ୍ଦ୍ର ରା,ସିଆରସିସି ରାଜେଶ ସାହୁ ପ୍ରମୁଖ ଯୋଗ ଦେଇଥିଲେ। ପ୍ରତିଯୋଗୀତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ବୃନ୍ଦ ପୁରସ୍କାର ପ୍ରଦାନ କରିଥିଲେ। ଶେଷରେ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ସାସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ବୃନ୍ଦ ପରିଚାଳନା ରେ ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ