ଆତ୍ମସୁରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ
ଛତ୍ରପୁର, (ଦେବଦତ୍ତ ମହାରଣା) :-ଗଞ୍ଜାମ ବ୍ଲକ ଅନ୍ତର୍ଗତ ଖଣ୍ଡଦେଉଳି ଶହିଦ ଭଗତ ସିଂ ଉଚ୍ଚ ମାଧ୍ୟମିକ ବିଦ୍ୟାଳରେ ଓଡିଶା ସରକାରଙ୍କ ସ୍କୁଲ ଓ ଗଣଶିକ୍ଷା ବିଭାଗ ଆନୁକୁଲ୍ୟରେ ଛାତ୍ରୀ ମାନଙ୍କ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ ହୋଇଯାଇଛି । ଗତ ୧୧ ତାରିଖରୁ ଆରମ୍ଭ ହୋଇଥିବା ଏହି ପ୍ରଶିକ୍ଷଣ ଶିବିରରେ ପ୍ରାୟ ୧୬୪ ଜଣ ଛାତ୍ରୀଙ୍କୁ ପ୍ରଶିକ୍ଷଣ ଦିଆଯାଇଛି । ଶହୀଦ ଭଗତ ସିଂ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଭୁତତ୍ୱ ବିଜ୍ଞାନର ଅଧ୍ୟାପିକା ନିମତି କୁମାରୀ ରଥଙ୍କ ତତ୍ୱାବଧାନରେ ଆୟୋଜିତ ଏହି ଶିବିରରେ ତାଲିମ ଛାତ୍ରୀ ମମତା ବେହେରା ଓ ରୋହିଣୀ ଖଣ୍ଡିୁଆଳ ଯୋଗ ଦେଇ ଛାତ୍ରୀ ମାନଙ୍କୁ ତାଲିମ ପ୍ରଦାନ କରିଥିଲେ । ଏହି ଉଦଯାପନୀ ସମାରୋହରେ ଜିଲ୍ଲା ସଂଯୋଜକ ଡଃ ଅମୃତ ସେଠୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଛାତ୍ରୀ ମାନଙ୍କୁ ଉତ୍ସାହିତ କରିବା ସହ ପାଇଥିବା ତାଲିମକୁ ଅଭ୍ୟାସ କରିବା ପାଇଁ ପରାମର୍ଶ ଦେଇଥିଲେ । ସମ୍ମାନିତ ଅତିଥି ଭାବେ ରମ୍ଭା ଥାନା ର ଛବିରାଣୀ ନାୟକ ଯୋଗ ଦେଇ ଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ । ଅନୁଷ୍ଠାନର ଅଧ୍ୟକ୍ଷ ଦିବାକର ସ୍ୱାଇଁଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଇଂରାଜୀ ବିଭାଗର ମୁଖ୍ୟ ଡଃ ଭଗବାନ ତ୍ରିପାଠୀ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ରସାୟନ ବିଭାଗ ପ୍ରାଧ୍ୟାପକ ମୋଚିରାମ ନାହାକ ଧନ୍ୟବାଦ ଅର୍ପଣ କରିଥିଲେ । ଶେଷରେ ତାଲିମ ନେଇଥିବା ସମସ୍ତ ଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପ୍ରମାଣ ପତ୍ର ବଣ୍ଟନ କରାଯାଇଥିଲା ।


