ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ   

ଦିଗପହଣ୍ଡି, (ଯୁଗାବ୍ଦ ନ୍ୟୁଜ):ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ସ୍ଥିତ ଚିଦାନନ୍ଦ ସରସ୍ଵତୀ କନିଷ୍ଠ ଓ ମାଧ୍ୟମିକ ବିଦ୍ୟାଳୟ ରେ ଚାଲିଥିବା ଆତ୍ମ ସୁରକ୍ଷା ତାଲିମ ଶିବିର ଶୁକ୍ରବାର ଉଦଯାପିତ ହୋଇଯାଇଛି।ଗତ ୧୧ ତାରିଖ ଠାରୁ ୮ ଦିନ ବ୍ୟାପି ଚାଲିଥିବା ଏହି ତାଲିମ ଶିବିର ଉଦଯାପନ କାର୍ଯ୍ୟକ୍ରମ ରେ ଅଧ୍ୟକ୍ଷ ଦେବଦତ୍ତ ସୁବୁଦ୍ଧି ଅଧ୍ୟକ୍ଷତା କରିଥିଲେ।ଦିଗପହଣ୍ଡି ବ୍ଲକ ର ପୂର୍ବତନ ଅଧ୍ୟକ୍ଷ ତଥା ଜିଲା ପରିଷଦ ସଦସ୍ୟ ବିପିନ ଚନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ପୂର୍ବତନ ସରପଞ୍ଚ କେ.ହରିବନ୍ଧୁ ରେଡ୍ଡୀ ସମ୍ମାନିତ ଅତିଥି ଭାବେ ମଞ୍ଚାସିନ ଥିଲେ।କାର୍ଯ୍ୟକ୍ରମ ସଂଯୋଜିକା ଅଧ୍ୟାପିକା ଦୁଲଣା କୁମାରୀ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ ଶିବିର ରେ ମାଷ୍ଟର ଟ୍ରେନର ଭାବେ ପୂଜା ମହାରଣା ଏବଂ ରାକ୍ଷୀ କୁମାରୀ ସାହୁ ଛାତ୍ରୀ ମାନଙ୍କୁ ଆତ୍ମ ସୁରକ୍ଷା ସମ୍ପର୍କିତ ବିଭିନ୍ନ କଳା କୌଶଳ ସମ୍ପର୍କରେ ତାଲିମ ପ୍ରଦାନ କରିଥିଲେ। ମାଧ୍ୟମିକ ବିଦ୍ୟାଳୟ ର ସମସ୍ତ ଅଧ୍ୟାପିକା ଅଧ୍ୟାପକ ଏବଂ କର୍ମଚାରୀ ବୃନ୍ଦ ସମସ୍ତ କାର୍ଯ୍ୟକ୍ରମ ପରିଚାଳନା ରେ ସହାୟତା କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ