ଆଦର୍ଶ ବିଦ୍ୟାଳୟର ଅଷ୍ଟମ ବାର୍ଷିକ ପ୍ରତିଷ୍ଠା ଦିବସ

ଭଣ୍ଡାରିପୋଖରୀ, (ଦୁର୍ଯ୍ୟଧନ ଲେଙ୍କା):ଭଣ୍ଡାରିପୋଖରୀ ବ୍ଲକ ହାରାମଣି ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଓଡିଶା ଆଦର୍ଶ ବିଦ୍ୟାଳୟର ଅଷ୍ଟମ ବାର୍ଷିକ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଉତ୍ତରବାଡ଼ ଠାରେ ଥିବା ଓଡିଶା ଆଦର୍ଶ ବିଦ୍ୟାଳୟ ଅଧ୍ୟକ୍ଷ ବିଜୟ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ପ୍ରତିଷ୍ଠା ଦିବସ ସଭାରେ ମୁଖ୍ୟ ଅତିଥି ଭାବେ ବିଡ଼ିଓ ଦେବଦତ୍ତ ଦାସ, ସମ୍ମାନୀତ ଅତିଥି ଭାବେ ଗୋଷ୍ଠୀ ଶିକ୍ଷାଧିକାରୀ ଅଧିର କୁମାର ତରାଇ, ଜିଲ୍ଲା ପରିଷଦ ସଭ୍ୟ ଲକ୍ଷ୍ମୀଧର ସାହୁ, ପ୍ରଧାନ ଶିକ୍ଷୟତ୍ରୀ କଳ୍ପନା ଧଳ ପ୍ରମୁଖ ଯୋଗଦେଇ ଆଦର୍ଶ ବିଦ୍ୟାଳୟ ଆଭିମୁଖ୍ୟ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ। ଶିକ୍ଷୟତ୍ରୀ ଉର୍ବଶୀ ମଲ୍ଲିକ ସ୍ୱାଗତ ଭାଷଣ ଦେଇଥିବା ବେଳେ ମନୋଜ କୁମାର ରାଉତ ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମକୁ ସୁଧାଂଶୁ ଶେଖର ଜେନା, ଧରିତ୍ରୀ ରାଣୀ ମାଝୀ, ବିଶ୍ୱନାଥ ପଣ୍ଡା ପ୍ରମୁଖ ପରିଚାଳନା କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ