ଆଦିପୁର ବିଦ୍ୟାଳୟରେ ପୋଷାକ ବିତରଣ ମେଳା

ବୁଗୁଡା, (ଅନିଲ କୁମାର ମହାରଣା):ବୁଗୁଡା ବ୍ଲକ ଅନ୍ତର୍ଗତ ଆଦିପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନଭେମ୍ବର ୦୬ ତାରିଖ ଦିନ ପୋଷାକ ବଣ୍ଟନ ମେଳା ଅନୁଷ୍ଠିତ ହେବା ସହ ଲୋଗୋ ପ୍ରଦର୍ଶିତ ହୋଇଯାଇଛି। ଶିକ୍ଷାନୁଷ୍ଠାନର ପ୍ରଧାନ ଶିକ୍ଷକ ଇ.ପଦ୍ମନାଭ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୋଷାକ ଓ ଜୋତା ବଣ୍ଟନ ମେଳାରେ ମୁଖ୍ୟ ଅତିଥି ଭାବେ ବୁଗୁଡା ବ୍ଲକ ଏବିଇଓ ପ୍ରମୋଦ ଚନ୍ଦ୍ର ସେନାପତି ଯୋଗଦେଇ ମେଳାକୁ ଉଦଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟ ଏସଏମସି ସଭାପତି ମଳୟ କୁମାର ଜେନା, ବିରଞ୍ଚିପୁର ସରପଞ୍ଚ ଶ୍ରୀମତୀ ସାହୁ, ସିଆରସିସି ସନ୍ତୋଷ କୁମାର ସାହୁ ପ୍ରମୁଖ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ପୋଷାକ ଓ ଜୋତା ବଣ୍ଟନ କରିଥିଲେ। ଏହି ଅବସରରେ ବିଦ୍ୟାଳୟ କାନ୍ଥରେ ଅଙ୍କିତ ଲୋଗୋକୁ ପଦର୍ଶିତ କରାଯାଇଥିଲା। ବିଦ୍ୟାଳୟର ସନସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ମେଳା ପରିଚାଳନାରେ ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ