ଆଦିବାସୀ ଉନ୍ନୟନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କୁ ନେଇ ଯାଉଥିବା ପାଇଲଟିଂ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି

ପାରଳାଖେମୁଣ୍ଡି,(ତାରିଣୀ ପଣ୍ଡା) : ଗଜପତି ଜିଲ୍ଲା ଅଡ଼ବା ଥାନା ବିରିକୋଟ ନିକଟ ହୁଲିଆପଦା ନିକଟରେ ଘଟିଛି ଦୁର୍ଘଟଣା । ଗାଡ଼ିର ଡ୍ରାଇଭର ପି.ଏସ. ରାଓଙ୍କ ସମେତ ଏସ୍ଆଇ ଏଲ.ବିଶ୍ୱନାଥ, କନେଷ୍ଟବଳ ଜିତୁ ପଟ୍ଟନାୟକ, କମଳା ଦେବୀ ଏବଂ ମଞ୍ଜୁଳା ଭୂୟାଁ ଗୁରୁତର ଆହତ ହୋଇଛନ୍ତି । ଖବର ପାଇ ଅଡ଼ବା ଥାନା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ସେମାନଙ୍କୁ ବିରିକୋଟ ପ୍ରାଥମିକ ଚିକିତ୍ସାଳୟରେ ଭର୍ତ୍ତି କରିଛି ।ସୂଚନାଅନୁସାରେ ଆଦିବାସୀ ଉନ୍ନୟନ ମନ୍ତ୍ରୀ ଜଗନ୍ନାଥ ସାରକା ଭୂବନେଶ୍ବରରୁ ରାୟଗଡ଼ ଅଭିମୁଖେ ଯାଉଥିବା ବେଳେ ତପ୍ତପାଣି ଠାରୁ ଗଜପତି ପୁଲିସ୍ ନେଇ ରାୟଗଡ଼ ଜିଲ୍ଲା ସୀମା ଯାଏଁ ଛାଡ଼ିବାକୁ ଯାଉଥିଲା। ହୁଲିଆପଦା ନିକଟରେ ଜଣେ ବ୍ୟକ୍ତି ଫୋନରେ କଥା ହୋଇ ବାଇକ ଯୋଗେ ଯାଉଥିବା ବେଳେ ପାଇଲଟ ଗାଡ଼ି ସମ୍ମୁଖକୁ ଚାଲି ଆସିଥିଲେ । ଫଳରେ ସଂପୃକ୍ତ ବ୍ୟକ୍ତିଙ୍କୁ ବଞ୍ଚାଇବା ପାଇଁ ଯାଇ ଡ଼୍ରାଇଭର ଭାରସାମ୍ୟ ହରାଇ ବସିଥିଲେ। ଫଳରେ ଗାଡିଟି ଓଲଟି ପଡିଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ