ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳିତ

ଭଣ୍ଡାରିପୋଖରୀ, (ଦୁର୍ଯୋଧନ ଲେଙ୍କା) : ଭଣ୍ଡାରିପୋଖରୀ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଆଜି ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି । ଏବିଇଓ ଉମେଶ ଚନ୍ଦ୍ର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଉତ୍ସବରେ ମୁଖ୍ୟ ଅତିଥି ଭାବେ ତହସିଲଦାର ସରୋଜକାନ୍ତ ନାୟକ, ମୁଖ୍ୟବକ୍ତା ଭାବେ ସହ ଶିକ୍ଷାଧିକାରୀ ଅକ୍ଷୟ କୁମାର ଜେନା, ସମ୍ମାନିତ ଅତିଥି ଭାବେ ଅନୀଲ କୁମାର ବଳ ପ୍ରମୁଖ ଉପସ୍ଥିତ ରହି ବିଭିନ୍ନ ବକ୍ତବ୍ୟ ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମ ରେ ଭିନ୍ନକ୍ଷମ ବିଦ୍ୟାର୍ଥୀ ମାନଙ୍କ ଦ୍ୱାରା ବିଭିନ୍ନ ପ୍ରକାର ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିବା ବେଳେ କୃତୀ ପ୍ରତିଯୋଗୀଙ୍କୁ ମୁଖ୍ୟ ଅତିଥି ପୁରସ୍କୃତ କରିଥିଲେ । ଆୟୋଜିତ ଉତ୍ସବକୁ ରଶ୍ମିରଞ୍ଜନ ଦାସ, ମନ୍ବସିନୀ ଦାସ, ସନାତନ ପଣ୍ଡା, ସିଆରସିସି କୈଳାସ ଚନ୍ଦ୍ର ସାମଲ, ଧୀରେନ୍ଦ୍ର ନାଥ ସାହୁ ପ୍ରମୁଖ ପରିଚାଳନା କରିଥିଲେ । ଏହି ଅବସରରେ ଭିନ୍ନକ୍ଷମ ଛାତ୍ରଛାତ୍ରୀମାନେ ବଜାର ପରିକ୍ରମା କରି ପ୍ଲାଏ କାର୍ଡ ଜରିଆରେ ବିଭିନ୍ନ ସଚେତନତା ବାର୍ତ୍ତା ପ୍ରଦାନ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ