ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ
ଛତ୍ରପୁର, (ଦେବଦତ୍ତ ମହାରଣା):ସ୍ଥାନୀୟ ଜିଲ୍ଲା ସଂସ୍କୃତି ଭବନ ପରିସରରେ ସାମାଜିକ ସୁରକ୍ଷା ବିଭାଗ ଓ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ମହାଆଡମ୍ବର ସହକାରେ ପାଳିତ ହୋଇଯାଇଛି । ଗଂଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଅତିଥୀ ଭାବେ ଯୋଗଦେଇ କହିଥିଲେ ଯେ ବରିଷ୍ଠ ନାଗରିକ ମାନେ ହେଉଛନ୍ତି ସମାଜର ଅମୂଲ୍ୟ ସମ୍ପଦ । ସେମାନଙ୍କୁ ସମ୍ମାନ ଓ ସୁରକ୍ଷା ଦେବା ଆମର ଦାୟିତ୍ୱ । ଏହାସହିତ ବରିଷ୍ଠ ନାଗରିକ ମାନଙ୍କୁ ପ୍ରଦାନ କରାଯାଉଥିବା ବିଭିନ୍ନ ସୁବିଧା ସମ୍ପର୍କରେ ମଧ୍ୟ ବିଧାୟକ ଶ୍ରୀ କହିଥିଲେ । ଗଂଜାମ ଅତିରିକ୍ତ ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଲୀନା କୁମାରୀ ଖେସ୍ , ଛତ୍ରପୁର ଉପଜିଲ୍ଲାପାଳ ପ୍ରସନ୍ନ କୁମାର ପାତ୍ର, ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟର ଅଧିକ୍ଷୀକ ଡାକ୍ତର ପ୍ରଫୁଲ ଚନ୍ଦ୍ର ଗୈାଡ, ସିଡିଏମଓ ଅଫିସର ଡାକ୍ତର ହର ମୋହନ ପଣ୍ଡା, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀଣି କଲ୍ୟାଣୀ ଦାସ ଓ ଛତ୍ରପୁର ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ପି.ପଦ୍ମା ପ୍ରମୁଖ ଅତିଥୀ ଭାବେ ଯୋଗଦେଇ ବରିଷ୍ଠ ନାଗରିକ ମାନଙ୍କ ଉପରେ ବିଭିନ୍ନ ମତ ପ୍ରକାଶ କରିବା ସହିତ ଆଜିର ଦିବସ ଉପରେ ଆଲୋପାତ କରିଥିଲେ । ଏହି ଅବସରରେ ବରିଷ୍ଠ ନାଗରିକ ମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ଏବଂ ସାଂସ୍କୁୃତିକ କାର୍ଯ୍ୟକ୍ରମ ହୋଇଥିଲା । ଛତ୍ରପୁର ୟୁରୋ ସ୍କୁଲ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ବରିଷ୍ଠ ନାଗରିକଙ୍କୁ ସମ୍ମାନ ଓ ସୁରକ୍ଷା ଦେବା ଉପରେ ଏକ ଡ୍ରାମା ପରିବେଶଣ କରାଯାଇଥିଲା । ଭଲ ଅଭିନୟ କରି ଲୋକଙ୍କ ସଚେତନତାର ବାର୍ତ୍ତା ଦେଇଥିବା ୟୁରୋ ସ୍କୁଲର ଛାତ୍ରଛାତ୍ରୀ ମାନଙ୍କୁ ଜିଲ୍ଲାପାଳଙ୍କ ଦ୍ୱାରା ପୁରସ୍କାର ପ୍ରଦାନ କରାଯାଇଥିଲା । ପୂର୍ବରୁ ଏହି ଦିବସ ସମ୍ପର୍କରେ ବିଭିନ୍ନ ସ୍କୁଲ ସ୍ତରରେ ବକୃତା ଓ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏଥିରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥୀଙ୍କ ଦ୍ୱାରା ପୁରସ୍କାର ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀଣୀ କଲ୍ୟାଣୀ ଦାସ ସଂଯୋଜନା କରିଥିବା ବେଳେ ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀ ମାନେ ପରିଚାଳନାରେ ସହଯୋଗ କରିଥିଲେ । ଏହି ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଜିଲ୍ଲା ଏବଂ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ବହୁ ଡାକ୍ତର ଏବଂ କର୍ମଚାରୀ ମାନେ ଉପସ୍ଥିତ ଥିଲେ ।