ଆନ୍ଦୋଳନକାରୀ କୃଷକଙ୍କ ସହ ଆଲୋଚନା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇପାରିବୁ ନାହିଁ
ନୂଆଦିଲ୍ଲୀ : ନୂଆ କୃଷି ଆଇନକୁ ନେଇ କେନ୍ଦ୍ର ସରକାର ଓ କୃଷକ ସଂଗଠନମାନଙ୍କ ମଧ୍ୟରେ ଚାଲିଥିବା ଅଚଳାବସ୍ଥାର ଅବସାନ ପାଇଁ ସୁପ୍ରିମକୋର୍ଟ ଏକ କମିଟି ଗଠନ କରିବାକୁ ଘୋଷଣା କରିଛନ୍ତି । ଏହି କମିଟି ନୂଆ ଆଇନ, କୃଷକମାନଙ୍କ ଆପତ୍ତି ଅଭିଯୋଗ ଆଦି ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ତର୍ଜମା କରି କୋର୍ଟଙ୍କୁ ଏକ ରିପୋର୍ଟ ପ୍ରଦାନ କରିବ । ଯେଉଁମାନେ ଏହି ସମସ୍ୟାର ସମାଧାନ ଚାହାନ୍ତି ସେମାନେ ନିଜର ସମସ୍ୟାକୁ ନେଇ କମିଟି ନିକଟକୁ ଯିବା ଉଚିତ ବୋଲି ସୁପ୍ରିମକୋର୍ଟ କହିଛନ୍ତି ।କୃଷକ ମାନଙ୍କ ଓକିଲ ଏମଏଲ ଶର୍ମା କହିଥିଲେ ଯେ ଆନ୍ଦୋଳନକାରୀମାନେ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା ପାଇଁ ଚାହୁଁଛନ୍ତି । କିନ୍ତୁ ପ୍ରଧାନମନ୍ତ୍ରୀ ଆସୁନାହାନ୍ତି । ଏହାର ଜବାବରେ ସୁପ୍ରିମକୋର୍ଟ କହିଥିଲେ ଏଥିପାଇଁ କୋର୍ଟ ପ୍ରଧାନମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇପାରିବେ ନାହିଁ ।


