ଆପେକ୍ସ ଆଙ୍ଗଲୋ ଆରବିକ ସ୍କୁଲର ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦଯାପିତ

କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ସହରର ବଡହାଟସ୍ଥିତ ଆପେକ୍ସ ଆଙ୍ଗଲୋ ଆରବିକ ସ୍କୁଲର ବାର୍ଷିକ କ୍ରୀଡା ପ୍ରତିଯୋଗିତା ଆଜି ଉଦଯାପିତ ହୋଇଯାଇଛି । ଏହି ଉପଲକ୍ଷେ ସ୍କୁଲ ପରିଚାଳନା ସମିତି ସଭାପତି ଜାକାରିଆ ସାହିବଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ ଜିଲ୍ଲା ପୋଲିସ ମୁଖ୍ୟାଳୟର ଡିଏସପି ଜ୍ୟୋତିରଞ୍ଜନ ସାମନ୍ତରାୟ ମୁଖ୍ୟ ଅତିଥି, ପୈାର ଉପାଧ୍ୟକ୍ଷା ଆକବରୀ ଖାତୁନ ମୁଖ୍ୟବକ୍ତା, ମଣ୍ଡଳ ଶିକ୍ଷା କାର୍ଯ୍ୟାଳୟର ଏମ.ଆଇ.ଏସ. ପ୍ଲାନିଙ୍ଗ ସଂଯୋଜକ ସୁଜିତ କୁମାର ରାଉତ ଓ ବିଦ୍ୟାଳୟର ସମ୍ପାଦକ ଅବଦୁଲ ମଲ୍ଲିକ ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଯୋଗଦେଇ ବିଭିନ୍ନ କ୍ରୀଡା ପ୍ରତିଯୋଗିତାର କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କାର ବିତରଣ କରିଥିଲେ । ବିଦ୍ୟାଳୟର ଉପାଧ୍ୟକ୍ଷା କନିଜା ଫାତିମା ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ଅଧ୍ୟକ୍ଷା ସାଇରା ପରୱିନ ଧନ୍ୟବାଦ ଅର୍ପଣ କରିଥିଲେ । ତିନିଦିନ ଧରି ଚାଲିଥିବା ଏହି ପ୍ରତିଯୋଗିତାରେ ଏକଶହ ମିଟର ଓ ଦୁଇଶହ ମିଟର ରେସ ସମେତ ବେଲୁନ ରେସ, ସ୍ପୁନ ପଟାଟୋ ରେସ, ରେଡି ଟୁ ସ୍କୁଲ, ଫ୍ୟାନସି ଡ୍ରେସ ଭଳି ପ୍ରତିଯୋଗିତାମାନ ଅନୁଷ୍ଠିତ ହୋଇଥିଲା । ଆଥଲେଟିକ କୋଚ ସୈାକତ ଖାନଙ୍କ ପରିଚାଳନାରେ ଅନୁଷ୍ଠିତ ଏହି କ୍ରୀଡା ପ୍ରତିଯୋଗିତାକୁ ସ୍କୁଲର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ସହଯୋଗ କରିଥିଲେ । ସେହିଭଳି ସ୍କୁଲର ଅଧ୍ୟକ୍ଷା ସାଇରା ପରୱିନଙ୍କ ପୈାରହିତ୍ୟରେ ଅନୁଷ୍ଠିତ ଉଦଘାଟନୀ ଉତ୍ସବରେ କେନ୍ଦ୍ରାପଡା ସରକାରୀ ହାଇସ୍କୁଲର ପ୍ରଧାନ ଶିକ୍ଷକ ଶିବ ପ୍ରସାଦ ନାୟକ ମୁଖ୍ୟଅତିଥି, ସମ୍ପାଦକ ଅବଦୁଲ ମଲ୍ଲିକ ସମ୍ମାନୀତ ଅତିଥି ଭାବେ ଯୋଗଦେଇ ଉତ୍ସବର ଉଦଘାଟନ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ