ଆଭ୍ୟନ୍ତରୀଣ ଓଡ଼ିଶାରେ କାଚିବ ବର୍ଷା

ଭୁବନେଶ୍ୱର: ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ମାଲକାନଗିରି, ନବରଙ୍ଗପୁର, ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ସେହିପରି ନୂଆପଡ଼ା, ବଲାଙ୍ଗୀର, ସୋନପୁର, କେନ୍ଦୁଝର, ମୟୂରଭଞ୍ଜ, କଟକ, ବୌଦ୍ଧ, କନ୍ଧମାଳ, ସୁନ୍ଦରଗଡ଼ ଓ ଦେଓଗଡ଼ ଆଦି ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ ବୋଲି କେନ୍ଦ୍ର ଆକଳନ କରିଛି । ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ତେବେ ଓଡ଼ିଶା ଉପରେ ଏହାର ବିଶେଷ ପ୍ରଭାବ ପଡ଼ିବ ନାହିଁ । ମାତ୍ର ବାୟୁମଣ୍ଡଳରେ ଜଳୀୟବାଷ୍ପ ଥିବାରୁ ଏହାର ପ୍ରଭାବରେ ରାଜ୍ୟର କିଛି କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ । ବର୍ତ୍ତମାନ ରାଜ୍ୟରେ ମୌସୁମୀ ଦୁର୍ବଳ ଅଛି । ତେବେ ତା ପରେ ସ୍ୱାଭାବିକ ବର୍ଷା ହେବ । ଅଧିକ ବର୍ଷା ନ ହଲେ ବି ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ କେନ୍ଦ୍ରର ନିର୍ଦ୍ଦେଶକ ଏଚ ଆର ବିଶ୍ୱାସ ପୂର୍ବାନୁମାନ କରିଛନ୍ତି । ସୋୟା ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ କୁମାର ସାହୁ ପୂର୍ବାନୁମାନ କରିଛନ୍ତି ଯେ କାଁ ଭାଁ କିଛି ସ୍ଥାନରେ ବର୍ଷା ହେବ । ଆସନ୍ତା ୮-୧୦ ଦିନ ପର୍ଯ୍ୟନ୍ତ ବଡ଼ ବର୍ଷା ସମ୍ଭାବନା ନାହିଁ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ