ଆମପାଣି ଠାରେ କଳାହାଣ୍ଡି ଜିଲ୍ଲା ପୋଲିସ ଆନୁକୂଲ୍ୟରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର
କଳାହାଣ୍ଡି, (ଓ୍ବାଇଏନ୍ଏସ୍):କଳାହାଣ୍ଡି ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଆନୁକୂଲ୍ୟରେ ଆଜି ଆମପାଣି ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ଠାରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ‘ମୋ ସରକାର’ ଯୋଜନା ମାଧ୍ୟମରେ ହେଉଥିବା ଏହି ରକ୍ତଦାନ ଶିବିରରେ ଜିଲ୍ଲା ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ମନୋଜ କୁମାର ମହାନ୍ତ, ଆମପାଣି ଥାନା ଅଧିକାରୀ ପୁଷ୍ପାଞ୍ଜଳି ନିଙ୍ଗି ସରପଞ୍ଚ ଟିକିଚନ୍ଦ୍ର ଧଗଡ଼ାମାଝୀ ତଥା ସ୍ଥାନୀୟ ସମାଜସେବୀ ଜିତେନ୍ଦ୍ର ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ ଏବଂ ଶିବିରରେ କୋଭିଡ-୧୯ କଟକଣା ଦୃଷ୍ଟିରୁ ସମସ୍ତେ ମାସ୍କ ପିନ୍ଧିଥିଲେ ଓ ସାମାଜିକ ଦୂରତା ବଜାୟ ରଖାଯାଇ ଥିଲା ଭବାନୀପାଟଣା ରକ୍ତ ଭଣ୍ଡାର କର୍ମଚାରୀ ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ।